Masthead

ପୁରୀରେ ଇଭିଏମ ଟେଷ୍ଟିଂ ଆରମ୍ଭ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁଙ୍କ ଉପସ୍ଥିତିରେ ସମ୍ପୂର୍ଣ୍ଣ ନୂଆ ଇଭିଏମଗୁଡିକର ଟେଷ୍ଟିଂ ଆରମ୍ଭ ହୋଇଛି। ୪୧୦୦ ବାଲାଟ ୟୁନିଟ ଓ ୪୧୦୦ କଣ୍ଟ୍ରୋଲ ୟୁନିଟ ପୁରୀରେ ପହଞ୍ଚିବା ପରେ ପ୍ରଶାସନିକ ଅଧିକାରୀ ଓ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ଉପସ୍ଥିତିରେ ପେଣ୍ଠକଟା ସ୍ଥିତ ଇଭିଏମ ଗୋଦାମରେ ରଖାଯାଇଥିଲା। ଆଜି ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ଉପସ୍ଥିତିରେ ଇଭିଏମ ଗୋଦାମ ଖୋଲାଯାଇଥିଲା।

ଏହି ଟେଷ୍ଟିଂ କାର୍ଯ୍ୟକୁ ପିକେଡିଏର ସମ୍ପାଦକ ଲଲାଟେନ୍ଦୁ ସାହୁ, ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର ଓ ଓଡ଼ିଶା ପ୍ରଶାସନିକ ସେବାର ପ୍ରୋବେସନର ଅଧିକାରୀମାନଙ୍କ ତତ୍ତ୍ୱାବଧାନରେ ୬୦ଟି ଟିମ ମାଧ୍ୟମରେ ଟେଷ୍ଟିଂ କରାଯାଉଛି। ନୂଆ ମେସିନ ଆସିଲେ ତାହାର କାର୍ଯ୍ୟକାରିତା ଜାଣିବା ପାଇଁ ଟେଷ୍ଟିଂ କରାଯିବା ଏକ ନିୟମିତ ଓ ସ୍ୱଭାବିକ ପ୍ରକ୍ରିୟା। ଟେଷ୍ଟିଂରେ ଯେଉଁ ମେସିନ ଗୁଡିକରେ ସମସ୍ୟା ଥିବ ତାହାକୁ ଇସିଆଇଏଲର ଇଞ୍ଜିନିୟରମାନେ ସମାଧାନ କରିବେ ବୋଲି ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ