Masthead

ଆନ୍ଦୋଳନକୁ ଓହ୍ଲାଇବ ମିଳିତ ଅମଲା ମଞ୍ଚ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ମିଳିତ ଅମଲା ମଞ୍ଚର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅମଲା ମଞ୍ଚର ଅଧ୍ୟକ୍ଷ ନାରାୟଣ ଦାସଙ୍କ ଅଧ୍ୟକ୍ଷତାରେ ଗୀତ ଗୋବିନ୍ଦ ସଦନରେ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଓଡ଼ିଶାର ତିରିଶ ଗୋଟି ସଙ୍ଗଠନ ଜିଲ୍ଲାରୁ ଜିଲ୍ଲାସ୍ତରୀୟ ଅମଲା ମଞ୍ଚର ଜିଲ୍ଲା ପ୍ରତିନିଧି ମାନେ ଯୋଗ ଦେଇଥିଲେ । ଅମଲା ମାନଙ୍କର ବେତନରେ ଥିବା ଅସଙ୍ଗତିକୁ ଦୂର କରିବାରେ ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ଉପରେ ଆଲୋଚନା କରାଯାଇଥିଲା । ବେତନ ବୃଦ୍ଧି ନେଇ ରାଜ୍ୟ ସରକାରଙ୍କ ଟାଳଟୁଳ ନୀତିକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା । ସରକାର ୨୦୧୭ ମସିହା ଠାରୁ ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ପ୍ରବେଶିକା ଶିକ୍ଷାଗତ ଯୋଗ୍ୟତା ସ୍ନାତକ ସହିତ କମ୍ୟୁଟର ଜ୍ଞାନ କରିଥିଲେ ମଧ୍ୟ ବେତନରେ କୌଣସି ପ୍ରକାର ଅଭିବୃଦ୍ଧି କରିନାହାନ୍ତି ।

ଏହି ବିଷୟରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଆଲୋଚନା ହୋଇସାରିଛି । କିନ୍ତୁ କୌଣସି ସୁଫଳ ମିଳିନି । ଏହାର ପ୍ରତିବାଦରେ ଏକ ବୈଠକ ଡକାଯାଇଥିଲା । ଏଥିରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ପ୍ରତିନିଧିମାନେ ଯୋଗଦେଇଥିଲେ । ତେବେ ଦାବି ପୂରଣ ନହେଲେ ଆନ୍ଦୋଳନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ଏପ୍ରିଲ ୨୧ରେ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୋଭାଯାତ୍ରା ମାଧ୍ୟମରେ ସ୍ମାରକ ପତ୍ର ପ୍ରଦାନ କରାଯିବା ବୋଲି ନିଷ୍ପତ୍ତି ନିଆଯାଇଛି । ଯଦି ଏପ୍ରିଲ ୩୦ ତାରିଖ ସୁଦ୍ଧା ସରକାର ଦାବି ପୂରଣ ନକରନ୍ତି ତେବେ ମେ’ ୧ରେ ସରକାରଙ୍କୁ ଚରମ ପତ୍ର ପ୍ରଦାନ କରାଯିବ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ମିଳିତ ଅମଲା ମଞ୍ଚର ନାରାୟଣ ଦାସ, ବାଲାଜୀ ସାହୁ, ନରେଶ ମହାପାତ୍ର, ପ୍ରସନ୍ନ ତ୍ରିପାଠୀ, ଚିତ୍ତରଞ୍ଜନ ତରାସିଆ, ସୌମ୍ୟନ୍ଦ୍ର ରାଉତରାୟ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା