Masthead

ମନ୍ତ୍ରୀ, ତନ୍ତ୍ରୀ ଯିଏ ଥାନ୍ତୁ, ଆଇନର ଉପରେ କେହି ନୁହେଁ: ମନମୋହନ ସାମଲ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଫେକ୍ ସାର୍ଟିଫିକେଟ ଘଟଣାରେ ସିବିଆଇ ତଦନ୍ତ ଦାବି କରିଛି ବିଜେପି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଫେକ୍ ସାର୍ଟିଫିକେଟ ଘଟଣାରେ ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉ । ଦୋଷୀକୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦିଆଯାଉ । ଫେକ୍ ସାର୍ଟିଫିକେଟ ଦଲାଲମାନେ ପିଲାଙ୍କ ଜୀବନ ସହିତ, ଓଡ଼ିଶାର ଭାଗ୍ୟ ସହ ଖେଳୁଛନ୍ତି । ଆଉ ସରକାର ଅନ୍ଧ, ମୂକ ଏବଂ ବଧିର ହୋଇ ବସିଛନ୍ତି । ଏହା ବନ୍ଦ ହେବା ଆବଶ୍ୟକ । ବିଜେଡି ନେତାଙ୍କର ଯଦି ସମ୍ପୃକ୍ତି ନ ଥାନ୍ତା ଏତେ ବର୍ଷ କେମିତି ଫେକ ସାର୍ଟିଫିକେଟ ଚାଲିଲା? ଆଉ ସରକାର ଜାଣିଲେନି କାହିଁକି ? ବୋଲି ପ୍ରଶ୍ନ କରିଛନ୍ତି ମନମୋହନ ।

ଯେଉଁଠି ସାଧାରଣ ଲୋକଙ୍କ ପିଲାଙ୍କ ଭବିଷ୍ୟତ ସହିତ ଖେଳୁଛନ୍ତି ସେଠାରେ କାର୍ଯ୍ୟାନୁଷ୍ଠାନ ହେବା ଉଚିତ । ସିବିଆଇ ତଦନ୍ତ ହେବା ଦରକାର । ମନ୍ତ୍ରୀ, ତନ୍ତ୍ରୀ ଯିଏ ଥାନ୍ତୁ, ଆଇନର ଉପରେ କେହି ନୁହେଁ । ସମସ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବା ସରକାର । ବିଜେଡି କ’ଣ ଭଗବାନ ? ଭଗବାନଙ୍କ ଉପରେ କାର୍ୟ୍ୟାନୁଷ୍ଠାନ କରିପାରିବନି । ଦଲାଲଙ୍କ ବିରୋଧରେ କ’ଣ ଅସୁବିଧା ଅଛି କି ? ସିପିଏମର ଚେର ବେଙ୍ଗଲଠୁ ଅଧିକ କେଉଁଠି ଲମ୍ବି ନଥିଲା । ୩୪ ବର୍ଷ ପରେ ବଙ୍ଗୋସାଗରକୁ ପଳେଇଲା । ଏମାନେ ୨୪ ବର୍ଷ ପରେ ବଙ୍ଗୋପସାଗରକୁ ଯିବେ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା