ନିଜ ସରକାର ବିରୋଧରେ ଅନଶନରେ ପାଇଲଟ୍

ଜୟପୁର(ବଡ଼ ଖବର ବ୍ୟୁରୋ): ଦୀର୍ଘ ଦିନର ନୀରବତା ପରେ ପୁଣି ରାଜସ୍ଥାନରେ ରାଜନୀତିରେ ଦେଖା ଦେଇଛି ହଲଚଲ । କ୍ଷମତାସୀନ କଂଗ୍ରେସରେ ପୁଣି ପାଇଲଟ ବନାମ ଗେହଲଟ୍ ଲଢ଼େଇ ଆରମ୍ଭ ହୋଇଛି । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍ ନିଜ ଦଳର ସରକାର ବିରୋଧରେ ଆଜି ଅନଶନରେ ବସିଛନ୍ତି । ପାଇଲଟ୍ ସ୍ପଷ୍ଟ କରି ଦେଇଛନ୍ତି ଯେ ଦୁର୍ନୀତି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ ଲଢ଼େଇ କରିବା ମୁଡରେ ଅଛନ୍ତି । ପାଇଲଟଙ୍କ ଏହି ପଦକ୍ଷେପ ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ପାଇଲଟ୍ ଆଉ ଏକ ଦଳକୁ ନେଇ ବଢ଼ିବେ ନା କଂଗ୍ରେସ ଭିତରେ ରହି ନିଜ ଆନ୍ଦୋଳନକୁ ଜୋରଦାର କରିବେ ତାହା ଚର୍ଚ୍ଚା ହେଉଛି ।

ପାଇଲଟଙ୍କ ଅନଶନ ଘୋଷଣା ପରେ ହାଇକମାଣ୍ଡ ଗେହଲଟଙ୍କୁ ସମର୍ଥନ କରିଛି । ଯେଉଁଥିରୁ ସ୍ପଷ୍ଟ ଯେ ଆଗକୁ ପାଇଲଟଙ୍କ ପାଇଁ ରାସ୍ତା ବହୁତ କଠିନ ହୋଇପାରେ । ତେବେ ପାଇଲଟ୍ ଓ ଗେହଲଟଙ୍କ ମଧ୍ୟରେ ବିବାଦ ନୂଆ କଥା ନୁହେଁ । ୨୦୧୮ ରାଜସ୍ଥାନ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇଥିଲା । ତେବେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବ, ତାକୁ ନେଇ ବଡ଼ ପ୍ରଶ୍ନ ଦେଖା ଦେଇଥିଲା । ବହୁ ବିବାଦ ଭିତରେ ଗେହଲଟଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା । ହେଲେ ଏହାକୁ ନେଇ ଅସନ୍ତୁଷ୍ଟ ଥିଲେ ପାଇଲଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ