ଖରା ପାଇଁ କାଲିଠୁ ସ୍କୁଲ ଛୁଟି

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଖରା ପାଇଁ କାଲିଠୁ ସ୍କୁଲ ଛୁଟି । ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜାପାନରୁ ଫେରି ଦିଲ୍ଲୀରେ ପହଁଚିବା ପରେ ଏହି ଘୋଷଣା କରିଛନ୍ତି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଗୁଡିକ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । ସୁଚନାଯୋଗ୍ୟ କି, ଆସନ୍ତା ୩ ଦିନ ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ହିଟ ୱେଭ ଆଲର୍ଟ ଜାରି କରିଛି । ପାଣିପାଗ ବିଭାଗ କହିଛି ୩ ଦିନ ପ।ଇଁ କିଛି ଜିଲ୍ଲାରେ ପ୍ରଚଣ୍ଡ ଖରା ଅନୁଭୂତ ହେବ । ୧୩, ୧୪ ଓ ୧୫ ତାରିଖରେ ହିଟ ୱେଭ ପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

ଏହି ସମୟ ମଧ୍ୟରେ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେଣୁ ସ୍ଥିତିକୁ ଆଖି ଆଗରେ ରାଜ୍ୟ ସରକାର ସ୍କୁଲ ଛୁଟିର ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!