Masthead

ଗ୍ରୀଷ୍ମ ପ୍ରବାହ ମୁକବିଲା ପାଇଁ ଜିଲ୍ଲାପାଳଙ୍କୁ ସତର୍କ କଲେ ଏସଆରସି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍କୁଲ ସହିତ ଅଙ୍ଗନବାଡି ମଧ୍ୟ ବନ୍ଦ ରହିବ । ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଉଭୟ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ନେଇ ନବୀନ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ । ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଏସଓପି ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

ଜିଲ୍ଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆଗକୁ ଆହୁରି ଖରା ବଢିବାକୁ ଥିବାରୁ ଲୋକଙ୍କୁ ଏ ନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଛି । ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ କ’ଣ କରିବେ ସେନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରଚାର କରିବାକୁ କୁହାଯାଇଛି । ଯେଉଁ ଗାଁ ବା ୱାର୍ଡରେ ଜଳ ସଙ୍କଟ ରହିଛି ସେଗୁଡ଼ିକୁ ଚିହ୍ନଟ କରି ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ କରାଯିବ । ଖରାପ ନଳକୂପର ମରାମତି କରାଯିବ । କେନାଲରେ ପାଣି ଛାଡିବା, ପାନୀୟ ଜଳସେବା କେନ୍ଦ୍ର ଖୋଲିବା, ପଶୁପକ୍ଷୀଙ୍କ ପାଇଁ ବିଭିନ୍ନ ସ୍ଥାନରେ ପିଇବା ପାଣି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

ସେହିପରି ସ୍କୁଲ, କଲେଜ ଓ ସମସ୍ତ ଶିକ୍ଷାନୁଷ୍ଠାରେ ପିଲାଙ୍କ ପାଇଁ ପର୍ୟ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା ହେବ । ଓଆରଏସ୍ ରଖିବା, ପଡ଼ିଆରେ ଖେଳକୁଦ ବନ୍ଦ କରିବା, ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ପିଲାଙ୍କୁ ସତେନ କରିବାକୁ କହିଛନ୍ତି ଏସଆରସି । ସମସ୍ତ ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ, ସାଲାଇନ୍ ଏବଂ ଓଆରଏସ୍ ରଖାଯିବ ସହ ଅଂଶୁଘାତ ୱାର୍ଡ ଖୋଲାଯିବ । ସମସ୍ତ ଯାତ୍ରୀବାହୀ ବସରେ ପାଣି, ଓଆରଏସ୍ ରଖିବା ପାଇଁ କୁହାଯାଇଛି । ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ୟ୍ୟନ୍ତ ଶ୍ରମିକମାନେ କାମ କରିବେନି । ଏହା ସହ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବାକୁ ମଧ୍ୟ କହିଛନ୍ତି ଏସଆରସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି