ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ପ୍ରଖର ଗ୍ରୀଷ୍ମପ୍ରବାହ । ଆସନ୍ତା ୫ଦିନ ପର୍ଯ୍ୟନ୍ତ ଏହି ତାତିରୁ ନିସ୍ତାର ମିଳିବନାହିଁ । ଯାହାକୁ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ଦିନରେ ତାପମାତ୍ରା ସ୍ବାଭାବିକ ଠାରୁ ୪ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି।କାଲିଠୁ ୧୫ ତାରିଖ ଯାଏ ଅତିପ୍ରଖର ଗ୍ରୀଷ୍ମ ପ୍ରବାହ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି । କାଲି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ । ୧୪ ତାରିଖରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଏବଂ ସମ୍ବଲପୁର ।
୧୫ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼ , ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ ଏବଂ ଝାରସୁଗୁଡା ଜିଲ୍ଲାକୁ ହିଟଓ୍ବେଭ୍ ଆଲର୍ଟ ଜାରି କରାଯାଇଛି । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଗରମ ଶୁଷ୍କ ବାୟୁ ପ୍ରବାହ ବଢିଛି। ଗତକାଲି ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୪୧.୬ ଡିଗ୍ରୀ ବାରିପଦାଠାରେ ରେକର୍ଡ କରାଯାଇଛି । ଚଳିତ ବର୍ଷ ପ୍ରଥମ ଥର ଭୁବନେଶ୍ୱର ଓ କଟକ ତାପମାତ୍ରା ୪୦ ଡିଗ୍ରୀ ପାର କରିଥିଲା । ଭୁବନେଶ୍ୱରରେ ୪୦.୭ ଓ କଟକରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।