ଦୁଇଟି ପରାଜୟ ପରେ, ପ୍ରଥମ ବିଜୟ ହାସଲ କଲା ମୁମ୍ବାଇ ଇଣ୍ଡିଆନ୍ସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀକୁ ହରାଇ ଚଳିତ ଆପିଏଲର ପ୍ରଥମ ବିଜୟ ହାସଲ କରିଛି ମୁମ୍ବାଇ ଇଣ୍ଡିଆନ୍ସ । ଗତକାଲି ଖେଳାଯାଇଥିବା ମ୍ୟାଚକୁ ୬ ୱିକେଟରେ ଜିତିଛି ମୁମ୍ବାଇ ଇଣ୍ଡିଆନ୍ସ। ଲଗାତାର ଦୁଇଟି ମ୍ୟାଚରେ ପରାଜୟ ପରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୬ ୱିକେଟରେ ବିଜୟ ହାସଲ କରିଛି ମୁମ୍ବାଇ ଇଣ୍ଡିଆନ୍ସ । ଏହି ମ୍ୟାଚରେ ରୋହିତ ଶର୍ମାଙ୍କ ଏକ ଦମଦାର ଇନିଂସ ପାଇଁ ବିଜୟ ହାସଲ କରିଛି ମୁମ୍ବାଇ ଇଣ୍ଡିଆନ୍ସ । ଟସ ଜତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ମୁ୍ମ୍ବାଇ ଇଣ୍ଡିଆନ୍ସ ।

ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିବା ଦିଲ୍ଲୀକୁ ଭଲ ପ୍ରଦର୍ଶନ କରିନଥିଲା । ମ୍ୟାଚରେ ପୃଥ୍ୱୀ ଶ’ଙ୍କ ଫ୍ଲପ ସୋ ଦେଖିବାକୁ ମିଳିଥିଲା । ମାତ୍ର ୧୫ରନ କରି ଅଲଆଉଟ ହୋଇଥିଲେ । ଅକ୍ଷର ପଟେଲ୍‌ଙ୍କ ୫୪ ରନ ଏବଂ ଡେଭିଡ୍ ଓ୍ଵାର୍ଣ୍ଣରଙ୍କ ୫୧ ରନ ବଳରେ ୧୯.୪ ଓଭରରେ ୧୭୨ ରନରେ ଅଲଆଉଟ୍ ହୋଇଥିଲା। ଜବାବରେ ମୁମ୍ବାଇ ରୋହିତ ଶର୍ମାଙ୍କ ୬୫ ରନ ଏବଂ ତିଳକ ବର୍ମାଙ୍କ ୪୧ ରନ ବଳରେ ନିର୍ଦ୍ଧାରିତ ୨୦ ଓଭରରେ ୪ ଓ୍ଵିକେଟ୍ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଛି। ଇଶାନ କିଷନ ୩୧ ରନର ଉପଯୋଗୀ ଇନିଂସ ଖେଳିଛନ୍ତି। ବୋଲିଂରେ ମୁମ୍ବାଇ ପକ୍ଷରୁ ପୀୟୂଷ ଚାଓ୍ଵଲା ଏବଂ ବେହରନଡର୍ଫ ତିନୋଟି ଲେଖାଏଁ ଓ୍ଵିକେଟ୍ ନେଇ ଦଳ ବିଜୟରେ ଉଲ୍ଲେଖନୀୟ ଯୋଗଦାନ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ