Masthead

ଆସିଲା ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ତାଲିକା, ନବୀନଙ୍କ ସ୍ଥାନ କେଉଁଠି, କିଏ ଆଗରେ କିଏ ପଛରେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରାଦେଶରେ ନବୀନ ହେଉଛନ୍ତି ତୃତୀୟ ଧନୀ ମୁଖ୍ୟମନ୍ତ୍ରୀ । ସବୁଠୁ ଧନୀ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ । ସବୁଠୁ ଗରିବ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଶେଷଥର ପାଇଁ ଲଢିଥିବା ନିର୍ବାଚନରେ ଦାଖଲ କରିଥିବା ସତ୍ୟପାଠ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରିଛି ଆସୋସିଏସନ ଫର୍ ଡେମୋକ୍ରାଟିକ ରିଫର୍ମସ ବା ଏଡିଆର୍ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଶାଇ ସମୁଦାୟ ମୂଲ୍ୟ ହେଉଛି ୬୩ କୋଟି ୮୭ ଲକ୍ଷ ଟଙ୍କା ।

ସେହିଭଳି ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ମୂଲ୍ୟ ହେଉଛି ୫୧୦ କୋଟି । ତାଲିକାର ଦ୍ୱିତୀୟରେ ଅଛନ୍ତି ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ । ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ ମମତାଙ୍କ ସମ୍ପତ୍ତି ମୂଲ୍ୟ ହେଉଛି ମାତ୍ର ୧୫ ଲକ୍ଷ ୩୮ ହଜାର ଟଙ୍କା । ଅନ୍ୟପକ୍ଷରେ, ଏହି ରିପୋର୍ଟ ଅନୁଯାୟୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ କୌଣସି ଅପରାଧିକ ମାମଲା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା