Masthead

ଆସିଲା ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ତାଲିକା, ନବୀନଙ୍କ ସ୍ଥାନ କେଉଁଠି, କିଏ ଆଗରେ କିଏ ପଛରେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରାଦେଶରେ ନବୀନ ହେଉଛନ୍ତି ତୃତୀୟ ଧନୀ ମୁଖ୍ୟମନ୍ତ୍ରୀ । ସବୁଠୁ ଧନୀ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ । ସବୁଠୁ ଗରିବ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଶେଷଥର ପାଇଁ ଲଢିଥିବା ନିର୍ବାଚନରେ ଦାଖଲ କରିଥିବା ସତ୍ୟପାଠ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରିଛି ଆସୋସିଏସନ ଫର୍ ଡେମୋକ୍ରାଟିକ ରିଫର୍ମସ ବା ଏଡିଆର୍ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଶାଇ ସମୁଦାୟ ମୂଲ୍ୟ ହେଉଛି ୬୩ କୋଟି ୮୭ ଲକ୍ଷ ଟଙ୍କା ।

ସେହିଭଳି ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ମୂଲ୍ୟ ହେଉଛି ୫୧୦ କୋଟି । ତାଲିକାର ଦ୍ୱିତୀୟରେ ଅଛନ୍ତି ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ । ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ ମମତାଙ୍କ ସମ୍ପତ୍ତି ମୂଲ୍ୟ ହେଉଛି ମାତ୍ର ୧୫ ଲକ୍ଷ ୩୮ ହଜାର ଟଙ୍କା । ଅନ୍ୟପକ୍ଷରେ, ଏହି ରିପୋର୍ଟ ଅନୁଯାୟୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ କୌଣସି ଅପରାଧିକ ମାମଲା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ 🔴 ‘ବିଶ୍ବାସଘାତକତାର ଜବାବ ଦେବାକୁ ପ୍ରସ୍ତୁତ ହେଉଛନ୍ତି ନୂଆପଡ଼ାବାସୀ’ 🔴 ବାପାଙ୍କୁ ଦେଖିବାକୁ ଆସିନଥିଲେ ଆଉ ଏବେ ଭୋଟ ପାଇଁ… 🔴 ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବେଶ 🔴 ଖସିଲା ରାତି ତାପମାତ୍ରା, ବଢ଼ିବ ଶୀତ ପ୍ରକୋପ 🔴 ପଦ୍ମ ଧରିଲେ ପୂର୍ବତନ ବିଜେଡି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ 🔴 ଶ୍ରୀମୟୀଙ୍କ ଟାଇଟନିକ୍‌ ବାଣ 🔴 ପୁଣି ଖଟିଆରେ ବୁହା ଗର୍ଭବତୀ 🔴 ଭୟଙ୍କର ଦୁର୍ଘଟଣା, ୧୭ ମୃତ୍ୟୁ 🔴 ବିଜେପିରେ ମିଶିପାରନ୍ତି ଅମର ପଟ୍ଟନାୟକ 🔴 ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ 🔴 ‘ବିଶ୍ବାସଘାତକତାର ଜବାବ ଦେବାକୁ ପ୍ରସ୍ତୁତ ହେଉଛନ୍ତି ନୂଆପଡ଼ାବାସୀ’ 🔴 ବାପାଙ୍କୁ ଦେଖିବାକୁ ଆସିନଥିଲେ ଆଉ ଏବେ ଭୋଟ ପାଇଁ… 🔴 ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବେଶ 🔴 ଖସିଲା ରାତି ତାପମାତ୍ରା, ବଢ଼ିବ ଶୀତ ପ୍ରକୋପ 🔴 ପଦ୍ମ ଧରିଲେ ପୂର୍ବତନ ବିଜେଡି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ 🔴 ଶ୍ରୀମୟୀଙ୍କ ଟାଇଟନିକ୍‌ ବାଣ 🔴 ପୁଣି ଖଟିଆରେ ବୁହା ଗର୍ଭବତୀ 🔴 ଭୟଙ୍କର ଦୁର୍ଘଟଣା, ୧୭ ମୃତ୍ୟୁ 🔴 ବିଜେପିରେ ମିଶିପାରନ୍ତି ଅମର ପଟ୍ଟନାୟକ