ଘନ ଘନ କଟୁଛି ବିଜୁଳି, ମନ୍ତ୍ରୀ କହୁଛନ୍ତି ପାୱାରକଟ୍ ଆରମ୍ଭ ହୋଇନି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗରମ । ଘନ ଘନ ବିଜୁଳି କଟୁଛି ବୋଲି ଅଭିଯୋଗ ହେଉଛି । ଉପାନ୍ତ ଅଞ୍ଚଳ କଥା ଛାଡନ୍ତୁ, ଏପରିକି ରାଜଧାନୀ ଉପକଣ୍ଠ ବି ବିଜୁଳି କାଟ୍ ସମସ୍ୟାରୁ ବାଦ ପଡିନି । କିନ୍ତୁ ଶକ୍ତିମନ୍ତ୍ରୀ ପ୍ରତାପ ଦେବଙ୍କ ଚିରାଚରିତ ଉତ୍ତର । ରାଜ୍ୟରେ ପାୱାରକଟ୍ ଆରମ୍ଭ ହୋଇନି କି ହେବାର ସମ୍ଭାବନା ନାହିଁ । ଏହା ଗଣମାଧ୍ୟମର କାଳ୍ପନିକ ଖବର । ବିଦ୍ୟୁତ କାଟ ନ ହେଉଣୁ ହେବାର ଆଶଙ୍କା କରୁଛନ୍ତି ।

ଯଦି ବିଜୁଳି କଟୁଛି ତା’ର ଅର୍ଥ ନୁହଁ ପାୱାରକଟ୍ ହେଉଛି। ହୁଏତ ଆପଣଙ୍କ ଅଞ୍ଚଳର ଟ୍ରାନ୍ସଫର୍ମର ପୋଡିଯାଇଥିବ, କାଳବୈଶାଖୀ ପାଇଁ ତାର କଟି ଯାଇଥିବ ବୋଲି କହିଛନ୍ତି ପ୍ରତାପ ଦେବ । ମୁଁ ପ୍ରତିଶ୍ରୁତି ଦେଉଛି ଏ ବର୍ଷ ପାୱାର କଟ ହେବନି । ଗ୍ରାମାଞ୍ଚଳରେ ବି ବିଜୁଳି କାଟ ହେଉନି । ଯାନ୍ତ୍ରିକ ତ୍ରୁଟି ପାଇଁ ଯଦି କେଉଁଠି ଯାଉଥିବ । ଆମ ପାଖରେ ପର୍ଯ୍ୟାପ୍ତ ବିଜୁଳି ଅଛି ଲୋକଙ୍କ ଡିମାଣ୍ଡ ଅନୁଯାୟୀ ବିଦ୍ୟୁତ ଯୋଗାଇ ଦିଆଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ