Masthead

ସମ୍ବଲପୁରରେ ପୋଲିସ ଛାଉଣୀ, ୧୪୪ ଲାଗୁ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଲେ ଉତ୍ତେଜନା । ୫ଟି ଥାନା ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯାଇଛି । ସମ୍ବଲପୁରରେ ପୋଲିସ ଛାଉଣୀ ହୋଇଛି । ପଥରମାଡ଼ରେ ୧୦ ପୋଲିସଙ୍କ ସମେତ ୫୦ ରୁ ଅଧିକ ହନୁମାନ ଜୟନ୍ତୀ ସମନ୍ୱୟ ସମିତିର କର୍ମକର୍ତ୍ତା ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ସମ୍ବଲପୁର ଅତିରିକ୍ତ ଏସିପି ଓ ଧନୁପାଲ୍ଲୀ ଆଇଆଇସି ଅଛନ୍ତି ।

ଶୁକ୍ରବାର ହନୁମାନ ଜୟନ୍ତୀ ପାଳନ ହେବାକୁ ଥିବା ବେଳେ ଏହା ପୂର୍ବରୁ ସମ୍ବଲପୁର ଧନୁପାଲି ଡଛକରୁ ରାଲି ବାହାରିଥିଲା । ରାଲି ଯିବାବେଳେ ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ପରେ ଉତ୍ତେଜନା ଦେଖାଦେଇଥିଲା । ପୋଲିସ ଉପରକୁ ପଥରମାଡ଼ ମଧ୍ୟ ହୋଇଛି । ଉତ୍ୟକ୍ତ ଲୋକେ ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା କରିଛନ୍ତି । ଦୋକାନ, କାର ଓ ବାଇକ ଜାଳି ଦେଇଛନ୍ତି ଲୋକେ । ଏହାକୁ ନେଇ ସମ୍ବଲପୁରରେ ଉତ୍ତେଜନା ପ୍ରକାଶ ପାଇଛି । ୫ ଥାନା ଅଞ୍ଚଳରେ ଆଲର୍ଟ ଜାରି କରାଯାଇଛି । ସହରରେ ଏବେ ୧୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼