Masthead

ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କଲେ ସରକାର । ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଆଜି ସକାଳ ୧୦ଟାରୁ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ। ଏହାସହ ସମସ୍ତ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଛି। ପୂର୍ବରୁ ୫ଟି ଥାନା ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯାଇଛି । ସମ୍ବଲପୁରରେ ପୋଲିସ ଛାଉଣୀ ହୋଇଛି । ପଥରମାଡ଼ରେ ୧୦ ପୋଲିସଙ୍କ ସମେତ ୫୦ ରୁ ଅଧିକ ହନୁମାନ ଜୟନ୍ତୀ ସମନ୍ୱୟ ସମିତିର କର୍ମକର୍ତ୍ତା ଆହତ ହୋଇଛନ୍ତି ।

ଆହତଙ୍କ ମଧ୍ୟରେ ସମ୍ବଲପୁର ଅତିରିକ୍ତ ଏସିପି ଓ ଧନୁପାଲ୍ଲୀ ଆଇଆଇସି ଅଛନ୍ତି ।ଶୁକ୍ରବାର ହନୁମାନ ଜୟନ୍ତୀ ପାଳନ ହେବାକୁ ଥିବା ବେଳେ ଏହା ପୂର୍ବରୁ ଗତକାଲି ସମ୍ବଲପୁର ଧନୁପାଲି ଛକରୁ ରାଲି ବାହାରିଥିଲା । ରାଲି ଯିବାବେଳେ ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ପରେ ଉତ୍ତେଜନା ଦେଖାଦେଇଥିଲା । ପୋଲିସ ଉପରକୁ ପଥରମାଡ଼ ମଧ୍ୟ ହୋଇଛି । ଉତ୍ୟକ୍ତ ଲୋକେ ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା କରିଛନ୍ତି । ଦୋକାନ, କାର ଓ ବାଇକ ଜାଳି ଦେଇଛନ୍ତି ଲୋକେ । ଏହାକୁ ନେଇ ସମ୍ବଲପୁରରେ ଉତ୍ତେଜନା ପ୍ରକାଶ ପାଇଛି । ୫ ଥାନା ଅଞ୍ଚଳରେ ଆଲର୍ଟ ଜାରି କରାଯାଇଛି । ସହରରେ ଏବେ ୧୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!