Masthead

ଯୁବକକୁ ପିଟିପିଟି ହତ୍ୟା, ୮ ଗିରଫ

ହରିଚନ୍ଦନପୁର (ବଡ଼ ଖବର ବ୍ୟୁରୋ):  ଯୁବକକୁ ପିଟିପିଟି ହତ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଧାଙ୍ଗଡଡିହା ଗ୍ରାମରେ । ପୋଖରୀ ନିକଟରେ ଜଣେ ଯୁବକକୁ ପିଟିପିଟି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ କେନ୍ଦୁଝର ସହର ଗହ୍ମାରିଆ ଗ୍ରାମର କୁଞ୍ଜ ବାହାଦୁର ଲମା । ବାହାଦୁର କଟକରୁ କେନ୍ଦୁଝର ଆସୁଥିବାବେଳେ ଭୋରରୁ ଘଟଗାଁରେ ଓହ୍ଲାଇ ପଡ଼ିଥିଲେ । ପରେ ଧାଙ୍ଗଡଡିହା ଗ୍ରାମର ଜଣେ ବ୍ୟକ୍ତି ଘରେ ପଶିଥିଲେ । ତେବେ କୌଣସି କାରଣକୁ ନେଇ ଧାଙ୍ଗଡଡିହା ଗ୍ରାମର ପୋଖରୀ ନିକଟରେ କିଛି ଲୋକ ତାଙ୍କୁ ସଙ୍ଗବଦ୍ଧ ଭାବେ ପିଟିପିଟି ହତ୍ୟା କରିଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ୮ ଜଣଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ