Masthead

ସ୍ଥିତି ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି ନିଆଯିବ: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ବୈଠକ ଡକାଇଥିଲେ ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକ । ସେ କହିଛନ୍ତି ଆଗରୁ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର । ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରମିକ ମାନଙ୍କ ପାଇଁ ଦିନ୧୧ରୁ ୩ଟା ପର୍ଯ୍ୟନ୍ତ କାମ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାର ତଦାରଖ କରିବେ ଜିଲ୍ଲା ଶ୍ରମ ଅଧିକାରୀ । ଶ୍ରମିକ ମାନଙ୍କ ପାଇଁ କାମ କରୁଥିବା ସ୍ଥାନରେ ଠିକାଦାର ଆଶ୍ରୟସ୍ଥଳୀ କରିବେ । ସ୍କୁଲ ଓ ଅଙ୍ଗନୱାଡ଼ି ଏପ୍ରିଲ ୧୬ ଯାଏଁ ବନ୍ଦ ରଖାଯାଇଛି ।

ଖରା ବଢିଲେ ପରିସ୍ଥିତି ଦେଖି ପୁଣି ନିଷ୍ପତ୍ତି ନିଆଯିବ । କଲେଜରେ ପରୀକ୍ଷା ଚାଲିଛି. ସରିବା ପରେ ଖରା ଦେଖି ନିଷ୍ପତ୍ତି ନିଆଯିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳ ୧୧ରୁ ୩ ଭିତରେ ବସ୍ ଚଳାଚଳ ରୁଟର ସମୟ ପରିବର୍ତ୍ତନ କରିବାକୁ କୁହାଯାଇଛି । ବସରେ ବରଫ, ଓଆରଏସ, ପାଣି ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲା ପ୍ରଶାସନ ସେହି ରୁଟ ଜଳଛତ୍ର ଖୋଲିବାକୁ କୁହାଯାଇଛି । ଗାଁରେ ନଳକୂପ ମରାମତି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ହସ୍ପିଟାଲରେ ଅଂଶୁଘାତ ରୋଗୀଙ୍କ ପାଇଁ ବେଡ଼ ଓ ମେଡିକାଲ ବ୍ୟବସ୍ଥା କରାଯାଇଛି । ରୋଗୀ ଆସିଲେ ତୁରନ୍ତ ଚିକିତ୍ସା ପାଇବେ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା