Masthead

ତତଲା ତାୱାରେ ସିଝୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜାରି ରହିଛି ପ୍ରଖର ଗ୍ରୀଷ୍ମ ପ୍ରବାହ । ୪୦ ଡିଗ୍ରୀ ଉପରେ ରାଜ୍ୟର ଅଧାରୁ ଅଧିକ ସହର । ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ଏଭଳି ପାଗ ଜାରି ରହିବ । ପ୍ରବଳ ଖରା ପାଇଁ ୮ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି ବିଶ୍ୱର ସବୁଠୁ ଉତ୍ତପ୍ତ ସହର ତାଲିକାର ଶୀର୍ଷରେ ଥିଲା ବାରିପଦା । ଏଠାରେ ତାପମାତ୍ରା ଥିଲା ୪୩. ୫ ଡିଗ୍ରୀ ସେଲସିୟସ । ପ୍ରବଳ ଗ୍ରୀଷ୍ମ ପ୍ରବାହରେ କଲବଲ ହେଉଛି ସାରା ଓଡ଼ିଶା । ଦିନ ବଢ଼ିବା ସହ ବଢୁଛି ତାତି । ପ୍ରବଳ ଗୁଳୁଗୁଳି ସହ ଅସହ୍ୟ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି ।

ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ , ଆହୁରି ୩ ଦିନ ଛଟପଟ କରିବ ଗ୍ରୀଷ୍ମପ୍ରବାହ । ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୭ ଜିଲ୍ଲାକୁ ହିଟ୍ ଆଲର୍ଟ ଜାରି ହୋଇଛି । ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୪୦ ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ । ଆସନ୍ତା ୨ଦିନ ମଧ୍ୟରେ ରାଜ୍ୟରେ ସ୍ବାଭାବିକ୍ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ