ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଗଣ୍ଡଗୋଳ

ବସ୍ତା(ବଡ଼ ଖବର ବ୍ୟୁରୋ): ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ । ଜଣେ ଆହତ, ଜଣେ ନିଖୋଜ । ଉଭୟ ପକ୍ଷରୁ ଥାନାରେ ଦୁଇଟି ଅଭିଯୋଗ । ବସ୍ତା ଥାନା ସନ୍ତୋପୁର ପଞ୍ଚୟତ ଥେଙ୍ଗିଡିଆ ଗାଁର ବିଜୟ ମହାପାତ୍ର ଏବଂ ଅଜୟ ମହାପାତ୍ର ଦୁଇ ଭାଇଙ୍କ ଜମିବାଡି ନେଇ ପୂର୍ବରୁ ବିବାଦ ଲାଗି ରହିଥିଲା । ଏନେଇ ଉଭୟ ପରିବାର ଏବଂ ଗ୍ରାମବାସୀ ବସି ଆପୋଷ ସମାଧାନ କରିଥିଲେ ଓ ଆସନ୍ତା ରବିବାର ଅମିନ ଡକାଇ ଜମି ମପା ଯିବାର ନିଷ୍ପତ୍ତି ହୋଇଥିଲା । ପରେ ଉଭୟ ପରିବାର ମଧ୍ୟରେ ଏହି ବିବାଦ ଉଗ୍ର ରୂପ ନେଇଥିଲା । ହାତାହାତି ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଥିଲା । ଆହତ ସୁଭଦ୍ରାଙ୍କୁ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏବଂ ଉଭୟ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ପୋଲିସ ଉଭୟଙ୍କ ଅଭିଯୋଗକୁ ଭିତ୍ତି କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ