Masthead

ଜାପାନ ପ୍ରଧାନମନ୍ତ୍ରୀଙ୍କ ଭାଷଣବେଳେ ବିସ୍ଫୋରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପ୍ରଧାନମନ୍ତ୍ରୀଙ୍କ ଭାଷଣ ବେଳେ ଜୋରଦାର ବିସ୍ଫୋରଣ । ଜାପାନର ବାକାୟାମ୍‌ରେ ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବିସ୍ଫୋରଣ ଘଟିଥିଲା । ସେହି କାର୍ଯ୍ୟକ୍ରମରେ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିସିଦା ଯୋଗଦେଇଥିଲେ । ସେ ଭାଷଣ ଦେବା ସମୟରେ ଏହି ବିସ୍ଫୋରଣ ଘଟିଥିଲା । ସୌଭାଗ୍ୟବସତଃ ପ୍ରଧାନମନ୍ତ୍ରୀଙ୍କର କୌଣସି କ୍ଷତି ହୋଇଥିବା ସୂଚନା ନାହିଁ । ତାଙ୍କୁ ତୁରନ୍ତ ସେଠାରୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି ।

ସନ୍ଦିଗ୍ଧ ଆକ୍ରମଣକାରୀକୁ ଗିରଫ କରାଯାଇଥିବା ସୂଚନା ମିଳିଛି । ୱାକାୟାମା ସ୍ଥିତ ପ୍ରଧାନମନ୍ତ୍ରୀ ଫୁମିଓ କିସିଦାଙ୍କ ବାସଭବନରେ କାର୍ଯ୍ୟକ୍ରମ ବେଳେ ଏହି ଅଘଟଣ ଘଟିଛି । ପ୍ରଧାନମନ୍ତ୍ରୀ ଭାଷଣ ଦେବାବେଳେ ସ୍ମୋକ ବୋମା ସାହାଯ୍ୟରେ ଆକ୍ରମଣ କରାଯାଇଥିଲା । ‘ଦ ଜାପାନ ଟାଇମ୍ସ’ ମୁତାବକ ଫୁମିଓ କିସିଦା ଭାଷଣ ଆରମ୍ଭ କରିବାମାତ୍ରେ ଏହି ଆକ୍ରମଣ କରାଯାଇଥିଲା । ସ୍ମୋକ ବୋମା ଫିଙ୍ଗାଯିବା ପରେ ସେଠାରେ ଧୂଆଁ ଭର୍ତ୍ତି ହୋଇଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି