Masthead

ଚାଲିଛି ବାର କାଉନସିଲ ଭୋଟ

କଟକ (ବଡ଼ ଖବର ବ୍ୟୁରୋ): ଆରମ୍ଭ ହେଲା ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ । ନିର୍ବାଚନ ପରିଚାଳନା ପାଇଁ ରାଜ୍ୟ ବାର୍ କାଉନସିଲ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ ଭୋଟ ଗ୍ରହଣ । ପରିଷଦର ମୋଟ ୨୫ଟି ସଦସ୍ୟ ପଦବୀ ପାଇଁ ମତଦାନ ହେବ । ଏହି ନିର୍ବାଚନ ପ୍ରକ୍ରିୟାରେ ରାଜ୍ୟର ମୋଟ ୩୪ ହଜାର ୯୦୮ ଜଣ ଆଇନଜୀବୀ ଭୋଟ ଦେବେ ।

ପରିଷଦର ୨୫ଟି ସଦସ୍ୟ ପଦବୀ ପାଇଁ ବିଭିନ୍ନ ବାର୍ ଆସୋସିଏସନରୁ ୯୬ ଜଣ ଆଇନଜୀବୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା ହେଉଛି । ପରିଷଦ ସହ ଅନୁବନ୍ଧିତ ୧୮୨ଟି ବାର୍ ଆସୋସିଏସନ ଥିବା ବେଳେ, ଭୋଟ ଗ୍ରହଣ ପାଇଁ ସାରା ରାଜ୍ୟରେ ୧୬୭ଟି ବୁଥର ବ୍ୟବସ୍ଥା କରାଯାଇଛି । ଏହି ନିର୍ବାଚନରେ ପ୍ରିଫରେନସିଆଲ ଭୋଟ ବ୍ୟବସ୍ଥା ହୋଇଥିବାରୁ ପ୍ରତ୍ୟେକ ଆଇନଜୀବୀ ୨୫ଟି ଭୋଟ ଦେଇପାରିବେ । ତେବେ ଜଣେ ଭୋଟର ସର୍ବନିମ୍ନ ୫ଟି ଭୋଟ ନଦେଲେ ବାଲାଟ ନାକଚ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଜଷ୍ଟିସ ପ୍ରମଥ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ