Masthead

ଚାଲିଛି ବାର କାଉନସିଲ ଭୋଟ

କଟକ (ବଡ଼ ଖବର ବ୍ୟୁରୋ): ଆରମ୍ଭ ହେଲା ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ । ନିର୍ବାଚନ ପରିଚାଳନା ପାଇଁ ରାଜ୍ୟ ବାର୍ କାଉନସିଲ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ ଭୋଟ ଗ୍ରହଣ । ପରିଷଦର ମୋଟ ୨୫ଟି ସଦସ୍ୟ ପଦବୀ ପାଇଁ ମତଦାନ ହେବ । ଏହି ନିର୍ବାଚନ ପ୍ରକ୍ରିୟାରେ ରାଜ୍ୟର ମୋଟ ୩୪ ହଜାର ୯୦୮ ଜଣ ଆଇନଜୀବୀ ଭୋଟ ଦେବେ ।

ପରିଷଦର ୨୫ଟି ସଦସ୍ୟ ପଦବୀ ପାଇଁ ବିଭିନ୍ନ ବାର୍ ଆସୋସିଏସନରୁ ୯୬ ଜଣ ଆଇନଜୀବୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା ହେଉଛି । ପରିଷଦ ସହ ଅନୁବନ୍ଧିତ ୧୮୨ଟି ବାର୍ ଆସୋସିଏସନ ଥିବା ବେଳେ, ଭୋଟ ଗ୍ରହଣ ପାଇଁ ସାରା ରାଜ୍ୟରେ ୧୬୭ଟି ବୁଥର ବ୍ୟବସ୍ଥା କରାଯାଇଛି । ଏହି ନିର୍ବାଚନରେ ପ୍ରିଫରେନସିଆଲ ଭୋଟ ବ୍ୟବସ୍ଥା ହୋଇଥିବାରୁ ପ୍ରତ୍ୟେକ ଆଇନଜୀବୀ ୨୫ଟି ଭୋଟ ଦେଇପାରିବେ । ତେବେ ଜଣେ ଭୋଟର ସର୍ବନିମ୍ନ ୫ଟି ଭୋଟ ନଦେଲେ ବାଲାଟ ନାକଚ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଜଷ୍ଟିସ ପ୍ରମଥ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା