Masthead

ଆଜିଠୁ ସମୁଦ୍ରରେ ମାଛଧରା ନିଷେଧ

ପାରାଦୀପ(ବଡ଼ ଖବର ବ୍ୟୁରୋ):  ଆଜିଠୁ ଆରମ୍ଭ ହେଲା ମାଛ ଧରିବା ଉପରେ କଟକଣା । ନଦୀ ମୁହାଣ ଓ ସମୁଦ୍ରରେ ମାଛଧରା ନିଷେଧ । ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପାଇଁ ଓଡ଼ିଶା ଉପକୂଳ ସମେତ ଦେଶର ପୂର୍ବତଟ ରାଜ୍ୟ ଗୁଡିକରେ ଲାଗୁ ହେଲା କଟକଣା । ମତ୍ସ୍ୟ ସମ୍ପଦର ସୁରକ୍ଷା ଓ ମତ୍ସ୍ୟ ଉତ୍ପାଦନକୁ ଲକ୍ଷ୍ୟ ରଖି ୨୦୦୫ ମସିହା ଠାରୁ କେନ୍ଦ୍ର ସରକାର ଆରମ୍ଭ କରିଛନ୍ତି ଏହି ନିୟମ । ଏପ୍ରିଲ ୧୫ ତାରିଖରୁ ଜୁନ ୧୪ ଦୁଇମାସ ମଧ୍ୟରେ ମାଛ ମାନେ ଅଣ୍ଡାଦାନ କରିବାକୁ ଥିବାବେଳେ ଦୂର ସମୁଦ୍ର ମଧ୍ୟକୁ ୮.୩୦ ମିଟର ବିଶିଷ୍ଟ ଯନ୍ତ୍ର ଚାଳିତ ଡଙ୍ଗା କିମ୍ବା ଟ୍ରଲର ମାଛ ଧରିବାକୁ ସମୁଦ୍ର ଭିତରେ ପ୍ରବେଶ କରିବେ ନାହିଁ । ଯାହାକୁ ନେଇ ଆଜିଠାରୁ ଲାଗୁ ହୋଇଛି ଏହି ନିୟମ ।

ଉପକୂଳରୁ ଦୂର ସମୁଦ୍ର ଭିତରକୁ ପ୍ରତିଦିନ ଶହ ଶହ ସଂଖ୍ୟାରେ ଡଙ୍ଗା ଓ ଟ୍ରଲର ମାଛ ଧରିବା ପାଇଁ ଯାଉଥିବା ବେଳେ ଏହି ସମୟରେ ମାଛ ମାନେ ଅଣ୍ଡା ଦାନ କରିବାକୁ ଆସୁଥିବା ଓ ଯନ୍ତ୍ର ଚାଳିତ ଯୋଗୁଁ ସେମାନେ କ୍ଷତିଗ୍ରସ୍ତ ହେଉଥିବାରୁ ଏହି ନିୟମ ଲାଗୁ କରାଯାଇଛି । ଏହି ସମୟ ରେ ପ୍ରସାଶନିକ କଟକଣା ମସ୍ଥ୍ୟଜୀବି , ବ୍ୟବସାୟୀ ଏବ୍ଂ ଟ୍ରଲର ଓ ଡଙ୍ଗା ମାଲିକ ମାନଙ୍କୁ ଆର୍ଥିକ କ୍ଷତି ପହଞ୍ଚାଉ ଥିବାରୁ ସେମାନେ ଏବେ ବେଶ୍ ଚିନ୍ତିତ । ମାଛ ବ୍ୟବସାୟ ଉପରେ ଅନେକ ଲୋକ ନିର୍ଭରଶୀଳ ହୋଇ ଚାଲୁଥିବା ବେଳେ ଆନ୍ଧ୍ରପ୍ରଦେଶରେ ସରକାର ସେମାନଙ୍କୁ କ୍ଷତି ଭରଣା ରାଶି ପ୍ରଦାନ କରୁଛନ୍ତି । କିନ୍ତୁ ଅଦ୍ୟାବଧି ଓଡ଼ିଶା ମତ୍ସ୍ୟଜୀବୀଙ୍କ କ୍ଷେତ୍ରରେ ସେଭଳି କିଛି ହୋଇନଥିବା ଏବ୍ଂ ଏମାନଙ୍କୁ କ୍ଷତି ଭରଣା କରିବାକୁ କିଛି ଆର୍ଥିକ ସହାୟତା ପ୍ରଦାନ କରିବାକୁ ଦାବି କରିଛନ୍ତି ଓଡ଼ିଶା ସାମୁଦ୍ରିକ ମତ୍ସ୍ୟ ଉତ୍ପାଦକ ସଂଘର ସଭାପତି ଶ୍ରୀକାନ୍ତ ପରିଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ