Masthead

ପଇତାଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀଜୀଉଙ୍କ ପଇତା ଲାଗି ନୀତି । ଶ୍ରୀଜୀଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି ।

ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ବଢିବା ପରେ ସନ୍ଧ୍ୟା ୬ଟାରୁ ୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପଇତା ଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି