Masthead

ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ । ବିଶାଳ ପଟୁଆରରେ ଆସି ନାମାଙ୍କନ ଭରିଛନ୍ତି । ସହରର ମୁଖ୍ୟ ରାସ୍ତା ଦେଇ ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ଛକ, ବେହେରାମାଲ ଛକ ଦେଇ ଉପଜିଲ୍ଲାପାଳ ଅଫିସରେ ପହଞ୍ଚିଥିଲା । ନିଜ ସମର୍ଥକ ମାନଙ୍କ ସହ ଆସି ନାମାଙ୍କନ ଦାଖଲ କରିଛନ୍ତି । ଦିନ ୯ଟାରେ ମନମୋହନ ସ୍କୁଲ ପଡିଆରୁ ଏକ ଦଳୀୟ ଶୋଭାଯାତ୍ରା ବାହାରିଥିଲା ।

ଏହି ଶୋଭାଯାତ୍ରାରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ସୁରେଶ ପୂଜାରୀ, ସମୀର ମହାନ୍ତିଙ୍କ ପରି ଅନେକ ବରିଷ୍ଠ ନେତା ଯୋଗଦେଇଥିଲେ । ଶୋଭାଯାତ୍ରା ସମୟରେ ପ୍ରତିକ୍ରିୟା ରଖିଛନ୍ତି ଟଙ୍କଧର ତ୍ରିପାଠୀ । ସେ କହିଛନ୍ତି, ରାଜ୍ୟସରକାର ଝାରସୁଗୁଡ଼ାବାସୀଙ୍କ ପ୍ରତି ଅନ୍ୟାୟ କରିଛନ୍ତି । ଝାରସୁଗୁଡ଼ାବାସୀ ଏହାର ଜବାବ ଦେବେ । ସେପଟେ କାଲି ନାମାଙ୍କନ ଦାଖଲ କରିବେ ବିଜେଡି ପ୍ରାର୍ଥୀ ଦୀପାଲି ଦାସ । ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ପ୍ରାର୍ଥୀପତ୍ର ଦାଖଲ କରି ସାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି