ଆହୁରି ୪ ଦିନ କଲବଲ କରିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ଓଡ଼ିଶା । ତାତିରୁ ମିଳୁନି ନିସ୍ତାର । ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜୀବନ । ଆସନ୍ତା ୪ଦିନ ଯାଏଁ ଆହୁରି କଲବଲ କରିବ ତାତି । ୨୧ ତାରିଖ ପରେ ତାପମାତ୍ରା କ୍ରମେ ହ୍ରାସ ପାଇବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଓଡ଼ିଶା ଉପକୂଳରେ ଏକ ଗୁରୁଚାପ ବଳୟ ପ୍ରଭାବରେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟକୁ ପ୍ରବେଶ କରିବ । ଫଳରେ ବର୍ଷାର ପରିମାଣ ବଢିବା ସହ ତାପମାତ୍ରା କମିବ । ଅପରାହ୍ନରେ କାଳ ବୈଶାଖୀର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ଥିଲେ ମଧ୍ୟ ତାତି ଉପରେ ବିଶେଷ ପ୍ରଭାବ ପଡ଼ିବ ନାହିଁ ।

୨୧ ତାରିଖ ପରେ ପାଣିପାଗରେ ପରିବର୍ତ୍ତନ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମାଲକାନାଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର ଓ କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଗଞ୍ଜାମ, ପୁରୀ, ଜଗସିଂହପୁର ଓ ସମ୍ବଲପୁରରେ ଗ୍ରୀଷ୍ମ ପ୍ରବାହ ଜାରି ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କାଳବୈଶାଖୀ ଓ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!