Masthead

ଆହୁରି ୪ ଦିନ କଲବଲ କରିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ଓଡ଼ିଶା । ତାତିରୁ ମିଳୁନି ନିସ୍ତାର । ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜୀବନ । ଆସନ୍ତା ୪ଦିନ ଯାଏଁ ଆହୁରି କଲବଲ କରିବ ତାତି । ୨୧ ତାରିଖ ପରେ ତାପମାତ୍ରା କ୍ରମେ ହ୍ରାସ ପାଇବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଓଡ଼ିଶା ଉପକୂଳରେ ଏକ ଗୁରୁଚାପ ବଳୟ ପ୍ରଭାବରେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟକୁ ପ୍ରବେଶ କରିବ । ଫଳରେ ବର୍ଷାର ପରିମାଣ ବଢିବା ସହ ତାପମାତ୍ରା କମିବ । ଅପରାହ୍ନରେ କାଳ ବୈଶାଖୀର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ଥିଲେ ମଧ୍ୟ ତାତି ଉପରେ ବିଶେଷ ପ୍ରଭାବ ପଡ଼ିବ ନାହିଁ ।

୨୧ ତାରିଖ ପରେ ପାଣିପାଗରେ ପରିବର୍ତ୍ତନ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମାଲକାନାଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର ଓ କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଗଞ୍ଜାମ, ପୁରୀ, ଜଗସିଂହପୁର ଓ ସମ୍ବଲପୁରରେ ଗ୍ରୀଷ୍ମ ପ୍ରବାହ ଜାରି ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କାଳବୈଶାଖୀ ଓ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ