Masthead

ଝାରସୁଗୁଡ଼ା ଉପନିର୍ବାଚନ: ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ଦୀପାଲି ଦାସ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ । ଆଜି ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ଦୀପାଲି ଦାସ । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିବେ । ଦୀପାଲି ଦାସ ପୂର୍ବରୁ ୧୫ ତାରିଖରେ ନବୀନ ନିବାସ ଯାଇ ଦଳର ନେତା, ସଂଗଠନ ସଂପାଦକ ଏବଂ ଦଳୀୟ ପର୍ୟ୍ୟବେକ୍ଷକଙ୍କ ସହ ଆଲୋଚନା କରିଥିଲେ । ଗତକାଲି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଭବ୍ୟ ପଟୁଆରରେ ଆସି ନାମାଙ୍କନ ଦାଖଲ କରିଥିଲେ ।

ଶୋଭାଯାତ୍ରାରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ସମୀର ମହାନ୍ତି, କନକବର୍ଦ୍ଧନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁ, ସାଂସଦ ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ବିଧାୟକ ଭବାନୀ ଶଙ୍କର ଭୋଇ, ନାଉରୀ ନାୟକ, ଶଙ୍କର ଓରାମ, ଲେଖାଶ୍ରୀ ସାମନ୍ତସିଂହାର, ପ୍ରଦୀପ ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ । କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ମଧ୍ୟ ନାମାଙ୍କନ ଦାଖଲ କରି ସାରିଛନ୍ତି । ଏବେ ଜମିବ ପ୍ରଚାର ମଇଦାନ । ଝାରସୁଗୁଡ଼ାରେ ହେବ ଜୋରଦାର ଫାଇଟ । ଝାରସୁଗୁଡ଼ା ଆସନ ହାତେଇବା ପାଇଁ ୩ ପ୍ରମୁଖ ଦଳ ବିଜେଡି-ବିଜେପି-କଂଗ୍ରେସ ଅଣ୍ଟା ଭିଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ