Masthead

ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ତାଲା ବନ୍ଦ ଆନ୍ଦୋଳନ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅଧିନ ମଧୁପୁର ଜଳେଶ୍ଵର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ। ପ୍ରତିବାଦରେ ଅବିଭାବକ ଓ ଛାତ୍ରଛାତ୍ରୀଙ୍କ ତାଲା ବନ୍ଦ ଆନ୍ଦୋଳନ। ଛାତ୍ରଛାତ୍ରୀଙ୍କ ସହ ବହୁ ଅବିଭାବକ ଆନ୍ଦୋଳନରେ ସାମିଲ ହୋଇ ବ୍ଲକ ଶିକ୍ଷା ବିଭାଗ ବିରୋଧରେ ବର୍ଷିଥିଲେ। ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡିଥିବା ବେଳେ ଜଣେ ଡେପୁଟେସନରେ ସପ୍ତାହକୁ ଦୁଇଦିନ ଆସି କାମ ଚଳାନ୍ତି। ଆଉ ମାତ୍ର ୩ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାମାନଙ୍କୁ ପାଠ ପଢାନ୍ତି।

ସେଥିମଧ୍ୟରୁ ଏହି ୩ ଜଣ ପାଳି କରି ଆସନ୍ତି। ଯାହା ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଫଳ ଶୂନ ରହିଛି । ଏହାଦ୍ବାରା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ ଠେଲି ହୋଇ ଯାଉଛି। ଯାହାକୁ ନେଇ ଅବିଭାବକମାନେ ଛାତ୍ରଛାତ୍ରୀଙ୍କ ସହ ଏପରି ପ୍ରତିବାଦ ଓ ଆନ୍ଦୋଳନ କରିଥିବା ସୂଚନା ମିଳିଛି। ଅନ୍ୟପଟେ ବ୍ଲକ ଶିକ୍ଷାଧିକାରୀ ଘଟଣା ସମ୍ପର୍କରେ ସମ୍ପୂର୍ଣ୍ଣ ଅବଗତ ଥାଇ ମଧ୍ୟ ତଦନ୍ତରେ ଯାଇନଥିବା ବଡ ବିଡମ୍ବନାର ବିଷୟ ସାଜିଛି। ତେବେ ଏପରି ଆନ୍ଦୋଳନ ଜାରି ରହିବ ବୋଲି ଅବିଭାବକ ମାନଙ୍କ ପକ୍ଷରୁ ଚେତାବନୀ ଦିଆ ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼