Masthead

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନିଠାକୁର । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ନୀତି ପାଇଁ ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ ।

ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ