ଲୋଇସିଂହାରେ ବିଜେଡିର କରୋନା ସଚେତନତା କାର୍ଯ୍ୟକ୍ରମ

ଲୋଇସିଂହା, (ବଡ଼ ଖବର ବ୍ୟୁରୋ): ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଅକ୍ଟୋବର ୨ ରୁ ନଭେମ୍ବର ୨ ପର୍ୟ୍ୟନ୍ତ ରାଜ୍ୟବ୍ୟାପୀ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ସେହିପରି ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ବିଜେଡ଼ି ପକ୍ଷରୁ ଆରମ୍ଭ ହୋଇଯାଇଛି କରୋନା ସଚେତନତା କାର୍ଯ୍ୟକ୍ରମ । ମହାମାରୀକୁ ନେଇ ଚାଲିଥିବା ଜନସଚେତନତା ଅଭିଯାନରେ ବିଜୁ ଜନତା ଦଳ ତରଫରୁ ରାଜ୍ୟ ପରିଷଦ ସଦସ୍ୟ ତଥା ଲୋଇସିଂହା ନିର୍ବାଚନ ମଣ୍ଡଳୀର ଯୁବନେତା ନିହାର ରଞ୍ଜନ ବେହେରାଙ୍କ ନେତୃତ୍ୱରେ ବ୍ଲକ ଅନ୍ତର୍ଗତ ସରଗାଡ଼, କୁସମେଲ, ଓ କୁଟେନପାଲି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଜନ ସଚେତନତା ସହିତ ମାସ୍କ ବଣ୍ଟନ କରାଯାଇଥିଲା।

ସମସ୍ତେ ମାସ୍କ ବ୍ୟବହାର କରିବା ସହିତ ସାମାଜିକ ଦୂରତ୍ୱ ରକ୍ଷା କରି ସର୍ବଦା ହାତକୁ ସଫା ରଖିବା ଦିଗରେ ସଚେତନ ମଧ୍ୟ କରିଥିଲେ । ଏଥିରେ କୁଶମେଲ ପଞ୍ଚାୟତର ସମିତି ସଭ୍ୟ ଜୋସ୍ନାମୟୀ ନାଗ, ଅଂଶୁମାନ ଗୁରୁ, ସମ୍ପଦ ବାଗ, ଅଙ୍ଗଦ ବାଗ, ବିକ୍ରମ ନନ୍ଦ ପ୍ରସନ୍ନ ନାଗ ପ୍ରମୁଖଙ୍କ ସମେତ ବିଜୁ ଜନତା ଦଳ ର କର୍ମୀମାନେ ସହଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ