Masthead

ମାଲକାନଗିରି ସୀମାରେ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରି ସୀମାରେ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ । ଆରମ୍ଭ ହୋଇଛି ପୁଷ୍ପା-୨ ସୁଟିଂ । ସ୍ୱାଭିମାନ ଅଞ୍ଚଳର ସୀମାରେ ଥିବା ଆନ୍ଧ୍ରପ୍ରଦେଶର ତରାବୁରେ ସୁଟିଂ ଆରମ୍ଭ ହୋଇଛି । ପୁଷ୍ପା-୨ର ପୁରା ଟିମକୁ ତରାବୁରେ ଦେଖିବାକୁ ମିଳିଛି । ସୁଟିଂ ପାଇଁ ପୂର୍ବରୁ ଅସ୍ଥାୟୀ ଘର ପ୍ରସ୍ତୁତ କରାଯାଇଥିଲା । ଏହା ପରେ ମାଲକାନଗିରିରେ ମଧ୍ୟ ସୁଟିଂ କରାଯିବ । ମାଲକାନଗିରିର ଘଞ୍ଚ ଜଙ୍ଗଲରେ ପୁଷ୍ପା-୨ ଫିଲ୍ମର କିଛି ଅଂଶ ସୁଟିଂ ହେବ ।

ଫିଲ୍ମ ନିର୍ମାଣ ସଂସ୍ଥାର ଏକ ଟିମ୍ ଗତ ୧ ମାସ ଧରି ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନ ବୁଲିଥିବା ବେଳେ ଶେଷରେ ସ୍ୱାଭିମାନ ଅଞ୍ଚଳର ଝୁଲା ପୋଲ, ହନ୍ତାଳଗୁଡା ଘାଟି ଓ ଚିତ୍ରକୋଣ୍ଡା ସ୍ପିଲବେରେ ନିର୍ମାଣାଧୀନ ପୋଲ ନିକଟରେ ସୁଟିଂ କରିବା ନିମନ୍ତେ ଯୋଜନା କରିଛନ୍ତି। ପୁଷ୍ପା-୨ ପାଇଁ ମାଲକାନଗିରି ଜିଲ୍ଲାର ସ୍ୱାଭାମାନ ଅଞ୍ଚଳ ଓ ସପ୍ତଧାରା ନଦୀର ବିଭିନ୍ନ ସ୍ଥାନରେ ସୁଟିଂ କରିବା ପାଇଁ ଆଗ୍ରହ ପ୍ରକାଶ କରିଛି ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ