Masthead

ସରକାରଙ୍କ ବଡ଼ ଘୋଷଣା, କାଲିଠୁ ରାଜ୍ୟରେ ସବୁ ସ୍କୁଲ ଛୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ରାଜ୍ୟରେ ସବୁ ସ୍କୁଲ ଛୁଟି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ସ୍କୁଲ ଆସନ୍ତକାଲିଠାରୁ ବନ୍ଦ ରହିବ । ସ୍କୁଲ କେବେ ଖୋଲିବ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଧିଷ୍ଟ ସମୟରେ ନିଷ୍ପତ୍ତି ନେବ । ଏବେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି । ଦିନ ୮ ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୨ ଡିଗ୍ରୀ ପାର ହେଉଛି । ସେହିଭଳି ଆଭ୍ୟନ୍ତରିଣ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଯୋଗୁଁ ସାଧାରଣ ଜୀବନ ଯାତ୍ରା ବ୍ୟାହତ ହେଉଛି । ସକାଳୁଆ ସ୍କୁଲ ହୋଇଥିଲେ ମଧ୍ୟ ପିଲାମାନେ ମୁଣ୍ଡଫଟା ଖରାରେ ଘରକୁ ଫେରି ଅସୁସ୍ଥ ହୋଇ ପଡୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ସରକାର ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା