Masthead

ଫେରିବକି ରାହୁଲଙ୍କ ସଦସ୍ୟ ପଦ, ଆଜି ଆସିବ ରାୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ସଦସ୍ୟ ପଦ ଫେରିବ କି ନାହିଁ ଆଜି ଆସିବ ରାୟ । ରାୟ ଶୁଣାଇବେ ସୁରଟ ସେସନ୍ସ କୋର୍ଟ । ମୋଦି ସରନେମ ମାମଲାରେ ରାହୁଲ ଗାନ୍ଧିଙ୍କୁ ଦଣ୍ଡାଦେଶ ପ୍ରସଙ୍ଗରେ ଆଜି ଶୁଣାଣି ହେବ । ଗତ ୧୩ ତାରିଖରେ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ କୋର୍ଟ ।

୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦି ସରନେମକୁ ନେଇ ବିବାଦୀୟ ବୟାନ ପରେ ରାହୁଲଙ୍କ ବିରୋଧରେ ଦାୟର ହୋଇଥିଲା ମାନହାନି ମାମଲା । ସୁରଟ କୋର୍ଟ ରାହୁଲଙ୍କୁ ୨ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ । ପରେ ରାହୁଲଙ୍କ ସାଂସଦ ପଦ ରଦ୍ଦ କରିଥିଲେ ଲୋକସଭା ବାଚସ୍ପତି । ସିଜେଏମ କୋର୍ଟଙ୍କ ରାୟକୁ ସୁରଟର ସେସନ୍ସ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ରାହୁଲ ଗାନ୍ଧୀ । ରାୟ ଉପରେ ରୋକ ଲଗାଇବାକୁ ଆବେଦନ କରିଛନ୍ତି ରାହୁଲ । ତେବେ ଆଜି ଏହାର ଶୁଣାଣି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ