Masthead

ଜଗତସିଂହପୁରରୁ ନିଖୋଜ, ଯାଜପୁରରୁ ଉଦ୍ଧାର

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଝୁଲନ୍ତା ଅବସ୍ଥାରେ ମିଳିଲା ନିଖୋଜ ଯବାନଙ୍କ ମୃତଦେହ। ମୃତକ ହେଲେ ଜଗତସିଂପୁର ଜିଲ୍ଲା ଏରସମା ଥାନା ସୋମପୁର ଗ୍ରାମର ସୂର୍ଯ୍ୟକାନ୍ତ କୁଅଁର । ସୂର୍ଯ୍ୟକାନ୍ତ ୧୭ ତାରିଖରୁ ନିଖୋଜ ରହିଥିଲେ । ଦୁଇ ଦିନ ପୂର୍ବରୁ ଯବାନଙ୍କ ବାଇକଟି ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧୀନ ଧାନମଣ୍ଡଳ ନିକଟ ପାହାଡ଼ ପାଖରୁ ପୋଲିସ ଜବତ କରିଥିଲା । ଗତକାଲି ଡ୍ରୋନ କ୍ୟାମେରା ସାହାଯ୍ୟରେ ବହୁ ଖୋଜା ଖୋଜି ପରେ ବି ଯବାନଙ୍କ କୌଣସି ପତ୍ତା ମିଳି ନଥିଲା ।

ଆଜି ଯାଜପୁର ଏସ୍ପିଙ୍କ ନିଦେ୍ର୍ଦଶ କ୍ରମେ ଏସଡିପିଓଙ୍କ ଅଧ୍ୟକ୍ଷତାରେ ପୋଲିସର ତିନୋଟି ଟିମ, ବନ ବିଭାଗ କର୍ମଚାରୀ ପାହାଡ଼ ଉପରକୁ ଚଢି ଖୋଜାଖୋଜି କରିଥିଲେ । ଶେଷରେ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଯବାନଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ ପହଂଚିବା ପରେ ମୃତଦେହକୁ ଶବ ବ୍ୟବଛେଦ ପାଇଁ ପଠାଯିବ । କେଉଁ କାରଣରୁ ଯବାନ ଆତ୍ମହତ୍ୟା କରିଛନ୍ତି, ନା ମୃତ୍ୟୁ ପଛରେ ଅନ୍ୟ କିଛି କାରଣ ଅଛି ସେ ନେଇ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ