Masthead

ପୁରୀରେ ଅତିକ ଅହମ୍ମଦ ପୁଅର ସାଙ୍ଗ ଗୁଡ୍ଡୁ !

ପୁରୀ (ବଡ଼ ଖବର ବ୍ୟୁରୋ): ମିଳିଲା ଅତିକ ଅହମ୍ମଦ ପୁଅର ସାଙ୍ଗ ଗୁଡ୍ଡୁର ପତ୍ତା । ଉମେଶ ପାଲ ହତ୍ୟା ମାମଲାରେ ଫେରାର ଅଭିଯୁକ୍ତ ଗୁଡ୍ଡୁ ମୁସଲିମର ଲାଷ୍ଟ ଲୋକେସନ୍ ଓଡ଼ିଶା ରହିଛି । ପୁରୀରେ ବମ୍ ସ୍ପେଶାଲିଷ୍ଟ ଗୁଡ୍ଡୁ ଲୁଚିଥିଲା ବୋଲି ଜଣାପଡିଛି । ଅସଦ୍ ଓ ଗୁଲାମର ଏନକାଉଣ୍ଟର ହେବା ସମୟରେ ଅଣ୍ଡର ଗ୍ରାଉଣ୍ଡ ହୋଇଥିଲା ଗୁଡ୍ଡୁ । ଏସଟିଏଫ ଟିମ୍ ଗୁଡ୍ଡୁ ମୁସଲିମକୁ ଧରିବାକୁ ବିଭିନ୍ନ ସ୍ଥାନରେ ରେଡ୍ କରୁଛି। ଶେଷ ଲୋକେସନ୍ ଓଡ଼ିଶା ଦେଖାଇବା ପରେ ପୁରୀରେ ଏସଟିଏଫ୍ ଟିମ୍ ପହଞ୍ଚିଥିଲା ।

ତେବେ ସେତେବେଳକୁ ପୁରୀରୁ ଫେରାର ହୋଇଯାଇଥିଲା ଗୁଡ୍ଡୁ । ତା ନାଁରେ ୫ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଛି । ଓଡ଼ିଶା ପୂର୍ବରୁ କର୍ଣ୍ଣାଟକରେ ଗୁଡ୍ଡୁର ଲୋକେସନ୍ ମିଳିଥିଲା । ଉମେଶ ପାଲ ହତ୍ୟା ପରେ ଗୁଡ୍ଡୁ ଝାନସୀରେ ୫ଦିନ ରହିଥିଲା । ପରେ ମିରଟରେ ଅତିକର ଭଉଣୀ ଆୟଶା ନୁରୀ ଘରେ ଗୁଡ୍ଡୁକୁ ଦେଖିବାକୁ ମିଳିଥିଲା । ଏହାପରଠୁ ଗୁଡ୍ଡୁର ସୁରାକ ମିଳୁନଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ