Masthead

ଜାମ୍ମୁକାଶ୍ମୀରରେ ଓଡ଼ିଆ ଯବାନ ସହିଦ

ଜାମ୍ମୁକାଶ୍ମୀର(ବଡ଼ ଖବର ବ୍ୟୁରୋ): ଜାମ୍ମୁକାଶ୍ମୀରର  ପୁଞ୍ଝରେ ଅଘଟଣ । ସେନା ଟ୍ରକରେ ଗ୍ରେନେଡ ହମଲା । ଗୁରୁବାର ଘଟିଛି ଘଟଣା । ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ କରିଥିବା ସ୍ପଷ୍ଟ ହୋଇଛି । ଆକ୍ରମଣରେ ୫ ଯବାନ ସହିଦ ହୋଇଛନ୍ତି । ଜଣେ ଯବାନ ଆହତ ହୋଇଛନ୍ତି । ସହିଦ ଯବାନଙ୍କ ମଧ୍ୟରେ ଜଣେ ଓଡ଼ିଆ ଅଛନ୍ତି । ସହିଦ ଯବାନ ହେଲେ ପୁରୀ ସତ୍ୟବାଦୀ ଆଳୁଗୁମ ଖଣ୍ଡାୟତ ସାହିର ଦେବାଶିଷ ବିଶ୍ୱାଳ। ଗତବର୍ଷ ସେ ବିବାହ କରିଥିଲେ । ତାଙ୍କର ୫ ମାସର ଶିଶୁ କନ୍ୟା ରହିଛି । ସେ ଗତ ଜାନୁଆରୀରେ ଘରକୁ ଆସିଥିଲେ । ତାଙ୍କ ମତୁ୍ୟ ଖବର ଜାଣିବା ପରେ ପରିବାର ଓ ଆଖପାଖରେ ଶୋକର ଛାୟା ଖେଳିଯାଇଛି ।

ଆତଙ୍କବାଦୀମାନେ ହମଲା କରିବା ପରେ ସେନା ଟ୍ରକରେ ନିଆଁ ଲାଗି ଯାଇଥିଲା। ସ୍ଥାନୀୟ ଅଞ୍ଚଳରେ ଆତଙ୍କୀ ନିରୋଧ ଅପରେସନରେ ସାମିଲ ହୋଇଥିବା ରାଷ୍ଟ୍ରୀୟ ରାଇଫଲ୍ସର ଯବାନଙ୍କୁ ଟାର୍ଗେଟ କରି ଏପରି ଆକ୍ରମଣ କରାଯାଇଛି । ସେନା ପକ୍ଷରୁ କୁହାଯାଇଛି ଯେ, ଭିମ୍ବେର ଗଳି ଅଞ୍ଚଳ ଅତିକ୍ରମ କରୁଥିବା ବେଳେ ଯବାନଙ୍କ ଟ୍ରକକୁ ଟାର୍ଗେଟ କରି ଆତଙ୍କବାଦୀମାନେ ପ୍ରଥମେ ଗୁଳିମାଡ଼ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ