Masthead

ଜନ୍ମମାଟି ଅଭିମୁଖେ ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜନ୍ମମାଟି ଅଭିମୁଖେ ସହିଦଙ୍କ ପାର୍ଥିବ ଶରୀର । ସହିଦ ଦେବାଶିଷ ବିଶ୍ୱାଳଙ୍କ ମରଶରୀରକୁ ଶୋଭାଯାତ୍ରାରେ ତାଙ୍କ ଜନ୍ମମାଟି ଅଭିମୁଖେ ନିଆଯାଉଛି । ଭୁବନେଶ୍ୱରରେ ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ବୀର ଯବାନଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ପରେ ରାଜ୍ୟପାଳ ଗଣେଶୀ ଲାଲ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ବିମାନବନ୍ଦରରୁ ଜନ୍ମମାଟି ଖଣ୍ଡାୟତ ସାହି ଗାଁ ଶ୍ମଶାନରେ ଦେବାଶିଷଙ୍କ ଶେଷକୃତ୍ୟ ହେବ ।

ଦେବାଶିଷଙ୍କ ମୃତ୍ୟୁ ଖବର ସାରା ରାଜ୍ୟରେ ଶୋକାର ଛାୟା ଖେଳାଇ ଦେଇଛି । ବୀର ଯବାନଙ୍କୁ ଶେଷ ସମ୍ମାନ ଜଣାଇବାକୁ ରାସ୍ତାର ଉଭୟ ପାଶ୍ୱର୍ରେ ଜମିଛି ଶହ ଶହ ଲୋକଙ୍କ ଭିଡ଼ । ସହିଦ ଦେବାଶିଷ ବିଶ୍ୱାଳଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ଅନୁକମ୍ପା ରାଶି ଘୋଷଣା କରିବା ସହ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ