Masthead

ଜନ୍ମମାଟି ଅଭିମୁଖେ ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜନ୍ମମାଟି ଅଭିମୁଖେ ସହିଦଙ୍କ ପାର୍ଥିବ ଶରୀର । ସହିଦ ଦେବାଶିଷ ବିଶ୍ୱାଳଙ୍କ ମରଶରୀରକୁ ଶୋଭାଯାତ୍ରାରେ ତାଙ୍କ ଜନ୍ମମାଟି ଅଭିମୁଖେ ନିଆଯାଉଛି । ଭୁବନେଶ୍ୱରରେ ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ବୀର ଯବାନଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ପରେ ରାଜ୍ୟପାଳ ଗଣେଶୀ ଲାଲ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ବିମାନବନ୍ଦରରୁ ଜନ୍ମମାଟି ଖଣ୍ଡାୟତ ସାହି ଗାଁ ଶ୍ମଶାନରେ ଦେବାଶିଷଙ୍କ ଶେଷକୃତ୍ୟ ହେବ ।

ଦେବାଶିଷଙ୍କ ମୃତ୍ୟୁ ଖବର ସାରା ରାଜ୍ୟରେ ଶୋକାର ଛାୟା ଖେଳାଇ ଦେଇଛି । ବୀର ଯବାନଙ୍କୁ ଶେଷ ସମ୍ମାନ ଜଣାଇବାକୁ ରାସ୍ତାର ଉଭୟ ପାଶ୍ୱର୍ରେ ଜମିଛି ଶହ ଶହ ଲୋକଙ୍କ ଭିଡ଼ । ସହିଦ ଦେବାଶିଷ ବିଶ୍ୱାଳଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ଅନୁକମ୍ପା ରାଶି ଘୋଷଣା କରିବା ସହ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି