Masthead

ଭୁବନେଶ୍ୱରରେ ଜି-୨୦ ସମ୍ମିଳନୀ: ଛାତ୍ରଛାତ୍ରୀଙ୍କୁ କୁଶଳୀ ଓ ଦକ୍ଷ କରିବା ଲକ୍ଷ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଆରମ୍ଭ ହେଲା ଜି -୨୦ ସମ୍ମିଳନୀ । ସମ୍ମିଳନୀର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ସମ୍ମିଳନୀରେ ‘ଭବିଷ୍ୟତର କାର୍ଯ୍ୟଶୈଳୀ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା, ଏଆଇ, ଅଟୋମେସନ ଉପରେ ଆଲୋଚନା ହେବ । ଦକ୍ଷତା ବିକାଶ କ୍ଷେତ୍ରର ଛାତ୍ରଛାତ୍ରୀମାନେ ଏହି ପ୍ରଦର୍ଶନୀରେ ଅଂଶଗ୍ରହଣ କରିବେ। ଏହା ହେଉଛି ‘ଶିକ୍ଷା ଓ୍ୱାର୍କିଂ ଗ୍ରୁପ’ର ତୃତୀୟ ବୈଠକ। ଭାରତର ଅନ୍ତରାଷ୍ଟ୍ରୀୟ ସହଭାଗିତାକୁ ସୁଦୃଢ଼ କରିବା ସହ ଭବିଷ୍ୟତର କାର୍ୟ୍ୟଶୈଳୀକୁ ନେଇ ଢାଞ୍ଚା ପ୍ରସ୍ତୁତ କରିବା ଦିଗରେ ଏହି ବିଚାର ବିମର୍ଷରେ ଅଧିକ ଗୁରୁତ୍ୱ ଦିଆଯିବ।

ଓଡ଼ିଶାରେ କଥାବସ୍ତୁ ‘ଭବିଷ୍ୟତର କାର୍ଯ୍ୟ’ ରହିଥିବା ବେଳେ ଜିଲ୍ଲା ଗୁଡ଼ିକରେ ଉଭା ହେଉଥିବା କୌଶଳ ଆବଶ୍ୟକତା ଓ ନିରନ୍ତର ଦକ୍ଷତା ବିକାଶ, ରି-ସ୍କିଲିଂ ଏବଂ ଅପ-ସ୍କିଲିଂର ଆବଶ୍ୟକତା ଉପରେ ବ୍ୟାପକ ଗୁରୁତ୍ଵ ଦିଆଯିବ। ଏହା ସବୁଠି ପହଞ୍ଚାଇବା ପାଇଁ ଯୋଜନା କରାଯିବ ସେନେଇ ବିଭିନ୍ନ ପଦକ୍ଷେପ ନିଆଯାଉଛି। ବିଶ୍ୱରେ ଦ୍ରୁତ ଗତିରେ ଟେକ୍ନୋଲୋଜି ପରିବର୍ତ୍ତନ ହେଉଛି। ଅଟୋମେସନ ଓ ଡିଜିଟାଲ ଟେକ୍ନୋଲୋଜିକୁ ନେଇ ଭାରତ ଆଗକୁ ବଢୁଛି । ସେଥିପାଇଁ ଆଗାମୀ ଭବିଷ୍ୟତ ପାଇଁ ଅତି କୁଶଳୀ, ଦକ୍ଷ ଓ କର୍ମଯୋଗୀ ମାନବ ସମ୍ବଳର ଆବଶ୍ୟକତା ରହିଛି। ଏଥିପାଇଁ ଭାରତ ଜି-୨୦ ପ୍ରେସେଡିନ୍ସି ପ୍ରତିବଦ୍ଧ ହେବ। ଏହି ସମ୍ମିଳନୀରେ ଶିଳ୍ପ, ସରକାରୀ ସଂସ୍ଥା, ଆଇଟି କମ୍ପାନୀ ଏବଂ ଦକ୍ଷତା ବିକାଶ କ୍ଷେତ୍ରର ବ୍ୟକ୍ତିବିଶେଷ ଓ ଛାତ୍ର ଛାତ୍ରୀ ମାନେ ମଧ୍ୟ ଏହି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିବେ । ଏହି ସମ୍ମଳିନୀ ଆଜିଠାରୁ ୨୮ ଯାଏ ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି