Masthead

ଓଡ଼ିଶାର ଅତୀତ ଓ ଭବିଷ୍ୟତକୁ ଯୋଡିବ ‘ଶଙ୍ଖ ଭବନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକାର୍ପିତ ହେଲା ‘ଶଙ୍ଖ ଭବନ’ । ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତ୍ୟେକ ଜିଲ୍ଲାରୁ ଦଳର ଛାମୁଆ ନେତା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ୟୁନିଟ ୬ରେ ନିର୍ମାଣ ହୋଇଛି ବିଜେଡିର ନୂତନ କାର୍ଯ୍ୟାଳୟ ଶଙ୍ଖ ଭବନ। ଆଜି ଉଦଘାଟନୀ କାର୍ଯ୍ୟକ୍ରମରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ବରିଷ୍ଠ କର୍ମକର୍ତ୍ତା, ଛାମୁଆ ସଂଗଠନର ନେତୃବୃନ୍ଦ ଓ କର୍ମୀମାନେ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି। ଶଙ୍ଖ ଭବନର ଉଦଘାଟନ କରିବା ଅବସରରେ ନବୀନ ପଟ୍ଟନାୟକ କହିଛନ୍ତି, ଅକ୍ଷୟ ତୃତୀୟାର ପବିତ୍ର ଅବସରରେ ସାଢେ ୪ କୋଟି ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଶଙ୍ଖ ଭବନକୁ ସମର୍ପିତ କରି ବହୁତ ଖୁସି ।

୧୯୯୭ ମସିହାରେ ଓଡ଼ିଶା ରାଜନୀତିରେ ନୂଆ ଆରମ୍ଭ ହୋଇଥିଲା। ଓଡ଼ିଶାର ଅତୀତ ଓ ଭବିଷ୍ୟତକୁ ଯୋଡିବ ଏହି ଶଙ୍ଖ ଭବନ । ଓଡ଼ିଶା ପାଇଁ କାମ କରିବାକୁ ଚାହୁଁଥିବା ସମସ୍ତ ବ୍ୟକ୍ତିଙ୍କୁ ଏକାଠି କରିବ ଶଙ୍ଖ ଭବନ । ଓଡ଼ିଶାର ସ୍ୱାଭିମାନର ସୁରକ୍ଷା ସହ କଳା, ସାହିତ୍ୟ,ସଂସ୍କୃତିର ବିକାଶ ପାଇଁ ସମର୍ପିତ ହେବ ଶଙ୍ଖ ଭବନ । ବିଶ୍ୱଦରବାରରେ ଓଡ଼ିଶାର ଇଷ୍ଟ ଦେବତା ଶ୍ରଜଗନ୍ନାଥଙ୍କ ମହାନ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ କାମ କରିବ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା