Masthead

ଓଡ଼ିଶାର ଅତୀତ ଓ ଭବିଷ୍ୟତକୁ ଯୋଡିବ ‘ଶଙ୍ଖ ଭବନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକାର୍ପିତ ହେଲା ‘ଶଙ୍ଖ ଭବନ’ । ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତ୍ୟେକ ଜିଲ୍ଲାରୁ ଦଳର ଛାମୁଆ ନେତା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ୟୁନିଟ ୬ରେ ନିର୍ମାଣ ହୋଇଛି ବିଜେଡିର ନୂତନ କାର୍ଯ୍ୟାଳୟ ଶଙ୍ଖ ଭବନ। ଆଜି ଉଦଘାଟନୀ କାର୍ଯ୍ୟକ୍ରମରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ବରିଷ୍ଠ କର୍ମକର୍ତ୍ତା, ଛାମୁଆ ସଂଗଠନର ନେତୃବୃନ୍ଦ ଓ କର୍ମୀମାନେ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି। ଶଙ୍ଖ ଭବନର ଉଦଘାଟନ କରିବା ଅବସରରେ ନବୀନ ପଟ୍ଟନାୟକ କହିଛନ୍ତି, ଅକ୍ଷୟ ତୃତୀୟାର ପବିତ୍ର ଅବସରରେ ସାଢେ ୪ କୋଟି ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଶଙ୍ଖ ଭବନକୁ ସମର୍ପିତ କରି ବହୁତ ଖୁସି ।

୧୯୯୭ ମସିହାରେ ଓଡ଼ିଶା ରାଜନୀତିରେ ନୂଆ ଆରମ୍ଭ ହୋଇଥିଲା। ଓଡ଼ିଶାର ଅତୀତ ଓ ଭବିଷ୍ୟତକୁ ଯୋଡିବ ଏହି ଶଙ୍ଖ ଭବନ । ଓଡ଼ିଶା ପାଇଁ କାମ କରିବାକୁ ଚାହୁଁଥିବା ସମସ୍ତ ବ୍ୟକ୍ତିଙ୍କୁ ଏକାଠି କରିବ ଶଙ୍ଖ ଭବନ । ଓଡ଼ିଶାର ସ୍ୱାଭିମାନର ସୁରକ୍ଷା ସହ କଳା, ସାହିତ୍ୟ,ସଂସ୍କୃତିର ବିକାଶ ପାଇଁ ସମର୍ପିତ ହେବ ଶଙ୍ଖ ଭବନ । ବିଶ୍ୱଦରବାରରେ ଓଡ଼ିଶାର ଇଷ୍ଟ ଦେବତା ଶ୍ରଜଗନ୍ନାଥଙ୍କ ମହାନ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ କାମ କରିବ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ