Masthead

ଯେ କେହି ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ: ଦେବେନ୍ଦ୍ର ଫଡନାଭିସ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଏନସିପି ନେତା ଅଜିତ ପାୱାରଙ୍କ ମନ୍ତବ୍ୟ ନେଇ ଉତ୍ତର ରଖିଛନ୍ତି ବିଜେପି ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ । ଅଜିତ କହିଥିଲେ ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାକୁ ପ୍ରସ୍ତୁତ ଅଛନ୍ତି। ଏହାର ଉତ୍ତରରେ ଫଡନାଭିସ କହିଛନ୍ତି କାହାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କରିବାରେ କିଛି ଭୁଲ ନାହିଁ। କିନ୍ତୁ ଯେ କେହି ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ । ଅଜିତ ପାୱାରଙ୍କ ଉପରେ କଡ଼ା ମନ୍ତବ୍ୟ ଦେଇଥିବା ଶିବସେନା (ୟୁବିଟି) ସାଂସଦ ସଞ୍ଜୟ ରାଉତ ତାଙ୍କୁ ସମର୍ଥନ କରି କହିଛନ୍ତି ଏନସିପି ନେତାଙ୍କ ମୁଖ୍ୟମନ୍ତ୍ରୀ ହେବାର କ୍ଷମତା ରହିଛି।

ତେବେ ଅଜିତ ପାୱାରଙ୍କ ବକ୍ତବ୍ୟରେ କଂଗ୍ରେସ ଦଳ କହିଛି, ଉଦ୍ଧବ ଠାକରେଙ୍କ ସହ କାମ କରିବା ଅଧିକ ସୁବିଧାଜନକ ଥିବାବେଳେ ପୃଥ୍ବୀରାଜ ଚୌହାନଙ୍କ ସହ କାମ କରିବାର କୌଣସି ବିକଳ୍ପ ନ ଥିଲା। ଦେବେନ୍ଦ୍ର କହିଛନ୍ତି , ସେ ଅଜିତଙ୍କ ବିବୃତ୍ତି ଦେଖି ନାହାଁନ୍ତି। ଜଣେ ନେତାଙ୍କ ମୁଖ୍ୟମନ୍ତ୍ରୀ ହେବାକୁ ଇଚ୍ଛାରେ କିଛି ଭୁଲ ନାହିଁ । ଅନେକ ଲୋକ ମୁଖ୍ୟମନ୍ତ୍ରୀ ହେବାକୁ ଇଚ୍ଛା କରନ୍ତି। କିନ୍ତୁ ସମସ୍ତେ ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ। ଆମେ କେବଳ ଏନେଇ ଅଜିତଙ୍କୁ ଶୁଭେଚ୍ଛା ଜଣାଇ ପାରିବା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..