Masthead

ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶାର ମିଳନସ୍ଥଳ ପାଲଟିବ ଶଙ୍ଖ ଭବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକାର୍ପିତ ହେଲା ‘ଶଙ୍ଖ ଭବନ’ । ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାବାସୀଙ୍କ ସେବାରେ ସମର୍ପିତ ହେବ ‘ଶଙ୍ଖ ଭବନ’ । ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶାର ମିଳନସ୍ଥଳ ପାଲଟିବ ଶଙ୍ଖ ଭବନ । ଏଠାରେ ହେବାକୁ ଥିବା ପ୍ରତ୍ୟେକ କାର୍ଯ୍ୟକ୍ରମ ରାଜ୍ୟବାସୀଙ୍କ ସେବାରେ ସମର୍ପିତ । ବିଶ୍ୱ ଦରବାରରେ ରାଜ୍ୟର କେମିତି ଟେକ ରହିବ ସେ ଦିଗରେ ଏହା କାର୍ଯ୍ୟ କରିବ । ଶଙ୍ଖ ଭବନ ଭୌତିକ, ସାମଜିକ, ରାଜନୈତିକ ଓ ଅର୍ଥନୈତିକ ଉନ୍ନତି ପାଇଁ କାର୍ଯ୍ୟକରିବ ତାହା ନୁହେଁ, ଏହା ଜଗନ୍ନାଥ ସଂସ୍କୃତି ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ କେନ୍ଦ୍ର ମଧ୍ୟ ହେବ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ବିଜୁ ବାବୁଙ୍କ ଆଦର୍ଶ, ସେବା, ସଂଗ୍ରାମ ଓ ସ୍ୱାଭିମାନର ମନ୍ତ୍ର ନେଇ ବିଜେଡି ଜନ୍ମ ନେଇଥିଲା । ୧୯୯୭ରୁ ଓଡ଼ିଶା ରାଜନୀତିରେ ନୂଆ ଯୁଗର ଆରମ୍ଭ ହୋଇଛି । ସ୍ଥିରତା ଯୋଗୁ ଦଳକୁ ସଫଳତା ମିଳିଛି । ଶାନ୍ତି ଆମକୁ ସମୃଦ୍ଧି ଦେଇଛି । ଶଙ୍ଖ ଭବନ ନିର୍ମାଣରେ ଅବଦାନ ରଖିଥିବା ସମସ୍ତ ଶ୍ରମିକଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଖାଲି ସେତିକି ନୁହେଁ ଛାତ୍ର, ଛାତ୍ରୀ, ଯୁବ ନେତା, କର୍ମୀ ଓ ନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ