ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିଛି ଆଶ୍ୱସ୍ତି । ଜାରି ରହିଛି କାଳବୈଶାଖି । କାଳବୈଶାଖୀ ପ୍ରଭାବ ଆଗାମୀ ୪ ଦିନ ଯାଏଁ ଲାଗି ରହିବ । ଯାହାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ । କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହେବାର ମଧ୍ୟ ସମ୍ଭାବନା ରହିଛି ।
କଟକ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।