ଜମିବାଡ଼ିକୁ କେନ୍ଦ୍ର କରି ଦାଦାକୁ ହାଣିଲା ପୁତୁରା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଦାଦାକୁ ହାଣିଲା ପୁତୁରା । ଦୁଇ ଅଭିଯୁକ୍ତ ଗିରଫ । ଗଞ୍ଜାମ ଜିଲ୍ଲାର ସୋରଡା ଥାନା ସୋରିଶବିଲି ଗ୍ରାମରେ ଘଟିଛି ଅଘଟଣ। ସୋରିଶବିଲି ଗ୍ରାମର କନ୍ଧ ସ୍ୱାଇଁଙ୍କ ଦୁଇଟି ପୁଅ ଗତ ଦୁଇଦିନ ତଳେ ଜମିବାଡ଼ିକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲେ। ଏହି ବଚସା ଏତେ ଉଗ୍ରରୂପ ନେଇଥିଲା ଯେ ତ୍ରିନାଥଙ୍କ ଦୁଇ ପୁଅ ରାଜେନ୍ଦ୍ର ଓ ରୋସନ୍ ଉତକ୍ଷିପ୍ତ ହୋଇ ଦାଦା ପଣ୍ଡା ସ୍ବାଇଁଙ୍କ ଉପରକୁ ମାରଣାଅସ୍ତ୍ରରେ ଆକ୍ରମଣ କରିଥିଲେ ।

ପଣ୍ଡାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସୋରଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ମେଡିକାଲ ନିଆଯାଇଥିଲା । ଗତକାଲି ରାତିରେ ପଣ୍ଡା ମୃତୁ୍ୟ ବରଣ କରିଥିଲେ । ସୋରଡା ପୋଲିସ ଘଟଣା ତଦନ୍ତ କରି ଦୁଇ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ