Masthead

ଯାତ୍ରା ଦେଖି ଯାଇଥିବାବେଳେ ଚାଲିଗଲା ଜୀବନ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ):  ମାମୁଁଘର ଗାଁକୁ ଯାତ୍ରା ଦେଖିବାକୁ ଯାଇଥିବାବେଳେ ଅଘଟଣ । ବିଳମ୍ବିତ ରାତିରେ ଯାତ୍ରା ଚାଲିଥିବାବେଳେ ଖୋଲା କୂଅରେ ପଡି ଜଣେ ନାବାଳକର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କାମାକ୍ଷାନଗର ଥାନା ସରଦେଇପୁର ଗାଁରେ । ମୃତ ନାବାଳକ ଜଣଙ୍କ ତୁମୁସିଙ୍ଗା ଥାନା ବୋଲୁଅ ଗାଁର ବିରଞ୍ଚି ନାୟକଙ୍କ ପୁଅ ଶୁଭମ ନାୟକ । ଗତକାଲି ଶୁଭମ ମାମୁଁ ଘରକୁ ନିଜ ପରିବାର ଲୋକଙ୍କ ସହିତ ଯାତ୍ରା ଦେଖିବାକୁ ଯାଇଥିଲେ ।

ବିଳମ୍ବିତ ରାତିରେ ଯାତ୍ରା ଚାଲିଥିବାବେଳେ ପରିଶ୍ରା କରିବାକୁ ଆସିଥିବା ବେଳେ ପାଖରେ ଥିବା ଏକ ଖୋଲା କୂଅରେ ଖସି ପଡ଼ିଥିଲେ । ପରିବାର ଲୋକେ ବହୁ ଖୋଜା ଖୋଜି କରିଥିଲେ ମାତ୍ର ଶୁଭମଙ୍କ କୌଣସି ପତ୍ତା ପାଇନଥିଲେ । ଆଜି ସକାଳେ ଗ୍ରାମବାସୀ ଶୁଭମଙ୍କ ମୃତଦେହ କୂଅରେ ଭାସୁଥିବାର ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କ ମୃତଦେହ କୂଅରୁ ଉଦ୍ଧାର କରାଯାଇଥିଲା । ଖବର ପାଇ କାମାକ୍ଷାନଗର ପୋଲିସ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ