Masthead

ଆଜିଠୁ ଜୋରଦାର ହେବ ଝାରସୁଗୁଡ଼ା ଲଢେଇ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ମୁଣ୍ଡଫଟା ଖରାଠୁ ବଳି ଯାଇଛି ଝାରସୁଗୁଡ଼ାର ନିର୍ବାଚନୀ ଉଷ୍ମତା । ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଚାଲିଛି ପ୍ରୟାସ । ଆଜିଠୁ ଜୋରଦାର ହେବ ଝାରସୁଗୁଡ଼ା ଲଢେଇ । ପ୍ରାର୍ଥୀ ତାଲିକା ଚୂଡାନ୍ତ, ଯୋଦ୍ଧା ବି ତୟାର । ଝାରସୁଗୁଡ଼ା ଉପନିର୍ବାଚନରେ ୯ ପ୍ରାର୍ଥୀ । ସମୁଦାୟ ୧୦ଜଣ ଦାଖଲ କରିଥିଲେ ପ୍ରାର୍ଥିପତ୍ର । ସେମାନଙ୍କ ମଧ୍ୟରୁ ଜଣେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେଇଛନ୍ତି । ତେବେ ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ହେବ ଲଢେଇ ।

ବହୁପୂର୍ବରୁ ଗ୍ରାଉଣ୍ଡରେ କ୍ୟାମ୍ପେନ ଚଳାଇଛି ବିଜେଡି । ପ୍ରାର୍ଥୀ ଦୀପାଲି ଦାସ ଘରକୁ ଘର ବୁଲି ପ୍ରଚାର କରୁଛନ୍ତି । ଆଗକୁ ମଇଦାନକୁ ଓହ୍ଲାଇବେ ବିଜେଡିର ଷ୍ଟାର ପ୍ରଚାରକ । ଦୀପାଲିଙ୍କ ପାଇଁ ପ୍ରଚାର କରିବେ ଦଳର ୪୦ ତୁଙ୍ଗନେତା । ଏସବୁ ଭିତରେ ସମର୍ଥକଙ୍କ ସହ ଘରଘର ବୁଲି ପ୍ରଚାର କରୁଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ଓ ବିଜେପି ପ୍ରାର୍ଥୀ ଟଙ୍କଧର ନ୍ରିପାଠୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ