Masthead

କୁସ୍ତି ମହାସଂଘ ନିର୍ବାଚନକୁ ଅବୈଧ ଘୋଷଣା କଲା କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୁସ୍ତି ମହାସଂଘ ନିର୍ବାଚନକୁ ଅବୈଧ ଘୋଷଣା କଲା କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ । ମେ ୭ ରେ ନିର୍ବାଚନ ହେବାକୁ ଥିବା ବେଳେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଏହାକୁ ଅବୈଧ ଘୋଷଣା କରିଛି । ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ ସଂଘକୁ ଏକ ଚିଠି ଲେଖାଯାଇଛି । ଆସନ୍ତା ୪୫ ଦିନ ମଧ୍ୟରେ ଆଇଓଏ ଏକ ଆଡ୍ ହକ୍ କମିଟି ଗଠନ କରି ଡବ୍ଲୁଏଫଆଇ ନିର୍ବାଚନ ଶେଷ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହି ଚିଠିରେ ଯୌନ ନିର୍ୟାତନା ମାମଲା ବାବଦରେ ମଧ୍ୟ ଉଲ୍ଲେଖ କରାଯାଇଛି ।

ଡବ୍ଲୁଏଫଆଇର ଅଧ୍ୟକ୍ଷ ବ୍ରିଜଭୂଷଣ ସିଂଙ୍କ ବିରୋଧରେ ଯୌନ ନିର୍ୟାତନା ଅଭିଯୋଗ ରହିଛି । ତାଙ୍କ ବିରୋଧରେ ଏଫଆଇଆର ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟ ଯାଇଛନ୍ତି କୁସ୍ତିଯୋଦ୍ଧା । ରେସଲିଂ ଫେଡେରସନ ଅଫ ଇଣ୍ଡିଆର ମୁଖ୍ୟ ତଥା ଅନ୍ୟ ପ୍ରଶିକ୍ଷକମାନେ ମହିଳା କୁସ୍ତି ଯୋଦ୍ଧାଙ୍କୁ ଯୌନ ଶୋଷଣ କରୁଥିବା ଅଭିଯୋଗ କରିଆସୁଛନ୍ତି । ପୋକ୍ସୋ ଆଇନ ଅନୁସାରେ ଦଫା ଲଗାଇବାକୁ ଦାବି କରିଛନ୍ତି କୁସ୍ତିଯୋଦ୍ଧା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି