Masthead

ରେସଲରଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୁସ୍ତିଯୋଦ୍ଧାଙ୍କ ଆବେଦନ ଉପରେ ଦିଲ୍ଲୀ ପୋଲିସ ଓ ସରକାରଙ୍କୁ ନୋଟିସ ଜାରି କରାଯାଇଛି । ନୋଟିସ ଜାରି କରିଛନ୍ତି ସୁପ୍ରିମକୋର୍ଟ । ମଙ୍ଗଳବାର ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଡିୱାଇ ଚନ୍ଦ୍ରଚୁଡ ଏବଂ ପିଏସ ନରସିଂହାଙ୍କ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରିଛନ୍ତି। ଏହାକୁ ଏକ ଗୁରୁତର ବିଷୟ ବୋଲି ବର୍ଣ୍ଣନା କରି ଖେଳାଳିଙ୍କ ଏଫଆଇଆର ଦାବିରେ ବେଞ୍ଚ ଦିଲ୍ଲୀ ପୋଲିସ ଓ ଦିଲ୍ଲୀ ସରକାରଙ୍କଠାରୁ ଜବାବ ମାଗିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୮ରେ ହେବ।

ମଙ୍ଗଳବାର ଭାରତୀୟ କୁସ୍ତି ସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଏଫଆଇଆର ଦେଇଥିବା କୁସ୍ତିଯୋଦ୍ଧାଙ୍କ ଆବେଦନ ଉପରେ ଦିଲ୍ଲୀ ପୋଲିସ ଓ ସରକାରଙ୍କୁ ନୋଟିସ ଜାରି କରାଯାଇଛି। ବିନେଶ ଫୋଗାଟଙ୍କ ସମେତ ୭ ଜଣ ମହିଳା କୁସ୍ତି ଯୋଦ୍ଧା ସୋମବାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଏଥିରେ ଯୌନ ନିର୍ୟାତନା ଅଭିଯୋଗ ନେଇ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଏଫଆଇଆର ଦାବି କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ