Masthead

ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ହତ୍ୟା

ବାରିପଦା (ବଡ଼ ଖବର ବ୍ୟୁରୋ): ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ । ମୟୂରଭଞ୍ଜ ଜିଲ୍ଲା  ବେତନଟୀ ଥାନା ଅଧିନ କେନ୍ଦୁଛାଟିଆ ଗ୍ରାମରେ ଘଟିଛି ହତ୍ୟାକାଣ୍ଡ । ଗ୍ରାମରେ ଜାସାୟ ଟୁଡୁ ଏବଂ ତାଙ୍କ ପୁଅ ବାପୁନ ଟୁଡୁ ଜନୈକ ଯୁବକଙ୍କୁ ଗଛରେ ବାନ୍ଧି  ରାତିତମାମ କାଠ ଫାଳିଆ ଏବଂ ବାଉଁଶରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି ।ମୃତକ ହେଲେ ସୁନାରାମ ଟୁଡୁ । ସୋମବାର କେନ୍ଦୁଛାଟିଆ ଗ୍ରାମରେ ଜାହୀରା ପୂଜା ଚାଲିଥିଲା ।

ପୂଜା ପରେ ପାରମ୍ପରିକ ନୃତ୍ୟ ଚାଲିଥିଲା । ନାଚ ଚାଲିଥିବାବେଳେ ସୁନାରାମ ଟୁଡୁ ସେହି ସ୍ଥାନରୁ କେଉଁଆଡ଼େ ଚାଲିଯାଇଥିଲେ । ତେବେ ଜାସାୟଙ୍କୁ ସନ୍ଦେହ ହେବାରୁ ନିକଟସ୍ଥ ଏକ ନିଛାଟିଆ ସ୍ଥାନରେ ଥିବା ଘରକୁ ଯାଇ ଦେଖିଲାବେଳକୁ ଦୁହେଁ ଅନୈତିକ କାର୍ୟ୍ୟରେ ଲିପ୍ତ ରହିଛନ୍ତି । ଏହା ଦେଖି ଜାସାୟ ଏବଂ ତାଙ୍କ ପୁଅ ମଧୁ  ସୁନାରାମଙ୍କୁ ଧରିଆଣି ଘରପାଖ ଏକ  ଗଛରେ ଏକ ଦଉଡିରେ ବାନ୍ଧିଥିଲେ ।

ରାତିତମାମ କାଠ ଫାଳିଆ ଏବଂ ବାଉଁଶରେ ନିସ୍ତୁକ ପିଟିପିଟି ଜୀବନରୁ ମାରିଦେଇଥିଲେ  । ସକାଳୁ ଗ୍ରାମବାସୀମାନେ ଘଟଣା ସମ୍ପର୍କରେ ଜାଣିବା ପରେ ବାପ ଓ ପୁଅ କୁ ଗଛରେ ବାନ୍ଧି ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ବାପ ଓ ପୁଅ କୁ ଅଟକ ରଖିଥିବା ଜଣାପଡିଛି ।  ଖବର ପାଇ ବେତନଟୀ ଏସଡ଼ିପିଓ ସୁଦର୍ଶନ ଦାସଙ୍କ ସହିତ ବେତନଟୀ ଆଇଆଇସି ସସ୍ମିତା ମହାନ୍ତ ,ବାରିପଦା ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା