Masthead

କାଠ ଷ୍ଟ୍ରେଚରରେ ବୁହା ହେଲେ ରୋଗୀ

ରାଇଘର(ବଡ଼ ଖବର ବ୍ୟୁରୋ): ରାସ୍ତା ନଥିବାରୁ କାଠ ଷ୍ଟ୍ରେଚରରେ ବୁହା ହେଲେ ରୋଗୀ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ସଦର ମହକୁମା ଠାରୁ ମାତ୍ର ୧୩ କିଲୋମିଟର ଦୂରରେ ଥିବା କରଞ୍ଜିପାଣି ଗ୍ରାମରେ । କରଞ୍ଜିପାଣି ଗ୍ରାମର ଚୈତନ ମୁଦୁଲି ଗତ ତିନି ଦିନ ହେବ ଜ୍ୱରରେ ପୀଡିତ ଥିଲେ ।

ଅବସ୍ଥା ଗୁରୁତର ହେବାରୁ ପରିବାର ଲୋକେ ଏକ ବୋଲେର ଭଡା କରି ଆଣିଥିଲେ କିନ୍ତୁ ବୋଲେର ହାତିବାଡି ଗ୍ରାମ ଠାରୁ ପ୍ରାୟ ଦୁଇ କିଲୋମିଟର ରାସ୍ତା ଯିବା ପରେ ଆଉ ରାସ୍ତା ନଥିବା ଯୋଗୁ ଆଗକୁ ଯାଇପାରି ନଥିଲା। ଶେଷରେ ପରିବାର ଲୋକ କାଠର ଷ୍ଟ୍ରେଚର ତିଆରି ରୋଗୀକୁ ପ୍ରାୟ ତିନି କିଲୋମିଟର ଦୂର ଯାଏ ବୋହି ଆଣିଥିଲେ।

ପରେ ବୋଲେର ଗାଡ଼ିରେ ରୋଗୀକୁ ଗୁରୁତର ଅବସ୍ଥାରେ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ